ମୁନିଗୁଡା, (ବାଘୁଆବାର୍ତ୍ତା): ରାୟଗଡା ଜିଲ୍ଲା ପଦ୍ମପୁର ବିଦ୍ୟୁତ୍ ଟାଟା ପାୱର କନିଷ୍ଠ ଯନ୍ତ୍ରୀ ଜିତେନ୍ଦ୍ର ପଟ୍ଟନାୟକ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ନୂତନ ବିଦ୍ୟୁତ ସଂଯୋଗୀକରଣ ପାଇଁ ସେ ଲାଞ୍ଚ ନେଉଥିଲେ। ନୂତନ ବିଦ୍ୟୁତ୍ ସଂଯୋଗୀକରଣ ପାଇଁ ଜଣେ ଉପଭୋକ୍ତାଙ୍କୁ କନିଷ୍ଠ ଯନ୍ତ୍ରୀ ଜିତେନ୍ଦ୍ର ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ସମ୍ପର୍କରେ ବ୍ୟକ୍ତି ଜଣକ ଭିଜିଲାନ୍ସ ବିଭାଗରେ ଜଣାଇଥିଲେ। କନିଷ୍ଠ ଯନ୍ତ୍ରୀ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପୂର୍ବରୁ ରହିଥିବା ଭିଜିଲାନ୍ସ ଟିମ୍ ମାଡି ବସିଥିଲେ। ଭିଜିଲାନ୍ସ ଟିମ୍ ତାଙ୍କ ଠାରୁ ୧୦ ହଜାର ଟଙ୍କା ଜବତ କରିଛି।





