Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଣେ ବିଚାରାଧୀନ କଏଦୀ ଫେରାର ହୋଇଯିବା ଘଟଣାରେ ଜଣେ ଜେଲ୍‌ ୱାର୍ଡରଙ୍କୁ ନିଲମ୍ବନ

by ସଞ୍ଜୟ ସ୍ୱାଇଁ
July 31, 2022
in Crime, State
ଜଣେ ବିଚାରାଧୀନ କଏଦୀ ଫେରାର ହୋଇଯିବା ଘଟଣାରେ ଜଣେ ଜେଲ୍‌ ୱାର୍ଡରଙ୍କୁ ନିଲମ୍ବନ
51
VIEWS
Share on FacebookShare on Twitter

ଝାରସୁଗୁଡ଼ା, (ବାଘୁଆବାର୍ତ୍ତା): ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ ବିଚାରାଧୀନ କଏଦୀ ଫେରାର ହୋଇଯିବା ଘଟଣାରେ ଜଣେ ଜେଲ୍‌ ୱାର୍ଡରଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବିତ ହୋଇଥିବା ୱାର୍ଡରଙ୍କ ନାଁ କିରଣ ଯୋଶୀ। ଝାରସୁଗୁଡ଼ା ଉପ-କାରାଗାରର ଜେଲର ଲକ୍ଷ୍ମୀକାନ୍ତ ଧାଙ୍ଗଡ଼ ମାଝି ଏହି ସୂଚନା ଦେଇଛନ୍ତି। ଏହା ସହିତ ବିଚାରାଧୀନ କଏଦୀ ଜଣଙ୍କ କେମିତି ଫେରାର ହୋଇଗଲେ, ତା’ର ତଦନ୍ତ ଚାଲିଛି ବୋଲି ସେ କହିଛନ୍ତି। ଫେରାର ହୋଇଥିବା ବିଚାରାଧୀନ କଏଦୀଙ୍କ ନାଁ ଇନ୍ଦ୍ରଜିତ୍ ସାହାଣୀ। ତାଙ୍କ ଘର ବିହାରର ବୋଧନା ଗାଁରେ। ଝାରସୁଗୁଡ଼ା ଜିଲ୍ଲା ଓରିଏଣ୍ଟ ଥାନା ଅଞ୍ଚଳରୁ ଏକ ଟ୍ରକ୍ ଚୋରି ଘଟଣାରେ ଗତ ୨୬ ତାରିଖରେ ତାଙ୍କୁ ଗିରଫ କରାଯାଇ ଜେଲ୍ ପଠାଇ ଦିଆଯାଇଥିଲା। ଜେଲ୍‌ରେ ଥିବା ବେଳେ ଗତ ୨୭ ତାରିଖରେ ସେ ଅସୁସ୍ଥ ଅନୁଭବ କରିଥିଲେ। ତେଣୁ ସେହିଦିନ ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ସେଠାରେ ପାଳି କରି ୩ ଜଣ ଜେଲ୍ ୱାର୍ଡର ଜଗୁଥିଲେ। ତେବେ ଗତକାଲି ଭୋରରେ ସେ ଡାକ୍ତରଖାନାରୁ କୌଣସି ମତେ ଚମ୍ପଟ ମାରିବାରେ ସଫଳ ହୋଇଥିଲେ। ସେହି ସମୟରେ ୱାର୍ଡର କିରଣ ଯୋଶୀ ଡ୍ୟୁଟିରେ ଥିଲେ। ଇନ୍ଦ୍ରଜିତ ସାହାଣୀ ଫେରାର ହୋଇଯିବା ପରେ ୱାର୍ଡର କିରଣ ଯୋଶୀଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଘଟଣାର ତଦନ୍ତ କରାଯାଉଛି। ଏହା ସହିତ ଇନ୍ଦ୍ରଜିତ୍‌କୁ ଧରିବା ପାଇଁ ଉଦ୍ୟମ ଜାରି ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!