Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
August 1, 2022
in Crime, State
ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ
215
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ଘରୁ ଡାକି ଆଣି ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ। ଏପରି ଘଟଣା ଘଟିଛି ନବରଙ୍ଗପୁର ସଦର ମହକୁମା ସାହିଲ ହୋଟେଲ ନିକଟରେ। ଦୁର୍ବୃତ୍ତମାନଙ୍କ ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗଦବାଗୁଡା ଅଞ୍ଚଳର ଶେଖ ନିଜାମ। ତାଙ୍କ ହାତ, ପେଟ, ପିଠି ଓ ଆଣ୍ଠୁରେ ଆଘାତ ଲାଗିଥିଲା। ଗତକାଲି ନିଜାମ ଘରେ ଥିବାବେଳେ ଦୁର୍ବୃତ୍ତମାନେ ଫୋନ କରି ତାଙ୍କୁ ଡାକିଥିଲେ। ପରେ କୌଣସି କଥାକୁ ନେଇ ନିଜାମ ଓ ଦୁର୍ବୃତ୍ତଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାପରେ ଦୁର୍ବୃତ୍ତମାନେ ନିଜାମଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ଚମ୍ପଟ ମାରିଥିଲେ। ପୁଲିସ ଖବର ପାଇ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଚିକିତ୍ସାଧୀନ ଅବସ୍ଥାରେ ନିଜାମଙ୍କର ମୃତ୍ୟୁ ଘଟିଥିଲା। ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଆକ୍ରମଣକାରୀଙ୍କୁ ଗିରଫ ଦାବିରେ ଆଜି ସକାଳେ ପରିବାର ଲୋକେ କଳାହାଣ୍ଡି-କୋରାପୁଟ ରାସ୍ତା ମାଝୀଗୁଡ଼ାରେ ରାସ୍ତା ଅବରୋଧ କରିଛନ୍ତି। ରାସ୍ତା ଅବରୋଧ ଯୋଗୁ ଉଭୟ ପାର୍ଶ୍ୱରେ ଗାଡ଼ିମଟର ଅଟକି ରହିଛି। କଳାହାଣ୍ଡି ଓ କୋରାପୁଟ ଜିଲ୍ଲାକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!