Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦୫ ଗ୍ରାମ୍ ବ୍ରାଉନସୁଗାର ଜବତ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
August 3, 2022
in Crime, State
୧୦୫ ଗ୍ରାମ୍ ବ୍ରାଉନସୁଗାର ଜବତ, ୩ ଗିରଫ
21
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ବ୍ରାଉନସୁଗାର ଚାଲାଣରେ ଲିପ୍ତ ହେଉଛନ୍ତି ନାବାଳକ । ଗାଡି ଚେକିଂ ସମୟରେ ପୋଲିସ ପଞ୍ଝାରେ ପଡିଛନ୍ତି ବ୍ରାଉନସୁଗାର ବେପାରୀ । ୧୦୫ ଗ୍ରାମ ଓଜନର ବ୍ରାଉନସୁଗାର ଜବତ ହେବା ସହ ୩ ଅଭିଯୁକ୍ତକୁ ଗିରଫ କରିଛି ଭଦ୍ରକ ଗ୍ରାମାଞ୍ଚଳ ପୋଲିସ । ୩ ଜଣ ବାଇକ୍ ଆରୋହୀ ବିନା ହେଲମେଟ୍‌ରେ ବାଲେଶ୍ବର ଆଡୁ ଭଦ୍ରକକୁ ଆସୁଥିଲେ । ଏହି ସମୟରେ ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଗ୍ରାମାଞ୍ଚଳ ଥାନା ରାଣୀତାଲ ଛକ ନିକଟରେ ଗ୍ରାମାଞ୍ଚଳ ପୋଲିସ ପକ୍ଷରୁ ଗାଡି ଚେକିଂ କରାଯାଉଥିଲା । ବାଇକ୍ ଆରୋହୀଙ୍କୁ ପୋଲିସ ଚେକିଂ କରିବା ସମୟରେ ସେମାନଙ୍କ ଗତିବିଧିକୁ ଦେଖି ତଲାସୀ କରିଥିଲେ । ତଲାସୀ ବେଳେ ସେମାନଙ୍କ ନିକଟରୁ ୧୦୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିଲା । ପରେ ଏନେଇ ପୋଲିସ ଅଧିକ ଖୋଳତାଡ଼ କରିବାରୁ ସେମାନଙ୍କ ନିକଟରୁ ୩ ଶହଟି ଖାଲି ବ୍ରାଉନସୁଗାର ପୁଡିଆ, ଛୁରୀ, ବ୍ଲେଡ, ଦୁଇ ହଜାର ଟଙ୍କା ମଧ୍ୟ ପୋଲିସ ଜବତ କରିଥିଲା । ୩ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ନାବାଳକ ଥିବା ବେଳେ ପୋଲିସ ତାଙ୍କ ପରିଚୟ ଅସ୍ପଷ୍ଟ ରଖିଥିବା ବେଳେ, ଅନ୍ୟ ଦୁଇ ଅଭିଯୁକ୍ତ ସ୍ଥାନୀୟ ବଉଳପୋଖରୀ ଅଞ୍ଚଳର ହୋଇଥିବା ନେଇ ପୋଲିସ ସୂଚନା ଦେଇଛି । ଦୁଇ ଅଭିଯୁକ୍ତଙ୍କ ନାମରେ ପୂର୍ବରୁ ମଧ୍ୟ ମାମଲା ରହିଛି । ବ୍ରାଉନସୁଗାର କେଉଁଠୁ ଆସିଲା ଓ ଏହି ବେପାରରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି ସେନେଇ ପୋଲିସ ଅଧିକ ତଦନ୍ତ ଚଳାଇଥିବା ସାମ୍ବାଦିକ ସମ୍ମିଳନୀରେ ଭଦ୍ରକ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!