Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିମା ମିଶ୍ରଙ୍କ ଘରେ ପଶିଲା ସିବିଆଇ

by ସଞ୍ଜୟ ସ୍ୱାଇଁ
August 4, 2022
in Crime, State
ମହିମା ମିଶ୍ରଙ୍କ ଘରେ ପଶିଲା ସିବିଆଇ
208
VIEWS
Share on FacebookShare on Twitter

କଟକ/ପାରାଦୀପ, (ବାଘୁଆବାର୍ତ୍ତା):ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଓ ଅଫିସ୍‌ରେ ଆଜି ସକାଳୁ ପଶିଛି ସିବିଆଇ ଟିମ୍‌ । କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌ ଚଢ଼ାଉ କରିଥିବା ବେଳେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ଏନେଇ ସିବିଆଇ ତରଫରୁ ଅଫିସିଆଲି କିଛି ଘୋଷଣା ହୋଇ ନ ଥିବା ବେଳେ ୨୫ ଲକ୍ଷର ଏକ ଲାଞ୍ଚ କାରବାର ଅଭିଯୋଗରେ ଏହି ଚଢାଉ ଚାଲିଥିବା ଜଣାଯାଇଛି। କଟକ ଓଡ଼ିଆ ବଜାରସ୍ଥିତ ମହିମା ମିଶ୍ରଙ୍କ ଘର ଓ ଲିଙ୍କ ରୋଡସ୍ଥିତ OSL ଅଫିସରେ ୨ଟି ଟିମ୍‌ ଚଢ଼ାଉ କରିଛନ୍ତି। ଏହି ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି। ଓଡ଼ିଆ ବଜାରସ୍ଥିତ ଘରେ ମହିମା ମିଶ୍ର ଓ ତାଙ୍କ ୨ ପୁଅ ଥିବା ଜଣାଯାଇଛି। ସେହିପରି ପାରାଦୀପର ବଡ଼ପଡ଼ିଆସ୍ଥିତ OSL ଅଫିସ୍‌ ସମେତ ୪ଟି ସ୍ଥାନରେ ଚଢାଉ ଚାଲିଛି । ପାରାଦୀପର ଏକ ଗେଷ୍ଟ ହାଉସ୍‌ରେ ପାରାଦୀପ ପୋର୍ଟର ଚିଫ୍ ମେକାନିକାଲ ଇଞ୍ଜିନିୟକ ସରୋଜ ଦାସଙ୍କୁ ପଚରାଉଚରା କରୁଛି ସିବିଆଇ ଟିମ୍‌। ତାଙ୍କ ସହ ଜଣେ ଠିକାଦାରଙ୍କୁ ମଧ୍ୟ ଜେରା କରୁଛି । ଉଭୟଙ୍କ ନିକଟରୁ ସିବିଆଇ ଅଧିକାରୀ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଥିବା ଜଣାଯାଇଛି। ପାରାଦୀପ ସିୱେଜ ସିପିଂ କମ୍ପାନୀ ଜିଏମ୍‌ ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ମହିମା ମିଶ୍ର ଓ ତାଙ୍କ ସହଯୋଗୀ ବସନ୍ତ ବଳଙ୍କୁ ଥାଇଲାଣ୍ଡ ପୋଲିସ୍‌ ବ୍ୟାଙ୍କକର ଏକ ହୋଟେଲରୁ ୨୦୧ ମସିହା ଡିସେମ୍ବର ମାସରେ ଗିରଫ କରିଥିଲା। ଏହାର ୨ ବର୍ଷ ପରେ ତାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଥିଲା। ଏବେ ପୁଣି ଥରେ କ’ଣ ପାଇଁ ସିବିଆଇ ମହିମା ମିଶ୍ରଙ୍କ ଘରେ ପଶିଛି ତାହା ଉପରେ ସମସ୍ତଙ୍କ ନଜର।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!