Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିଳ୍ପପତି ମହିମା ମିଶ୍ରଙ୍କ ସାନ ପୁଅ ଚର୍ଚ୍ଚିତ ମିଶ୍ର ଗିରଫ

by ସଞ୍ଜୟ ସ୍ୱାଇଁ
August 6, 2022
in Crime, State
ଶିଳ୍ପପତି ମହିମା ମିଶ୍ରଙ୍କ ସାନ ପୁଅ ଚର୍ଚ୍ଚିତ ମିଶ୍ର ଗିରଫ
102
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପାରାଦୀପ ବନ୍ଦରରେ ହୋଇଥିବା ଲାଞ୍ଚ କାରବାର ମାମଲାରେ ଶିଳ୍ପପତି ମହିମା ମିଶ୍ରଙ୍କ ସାନ ପୁଅ ଚର୍ଚ୍ଚିତ ମିଶ୍ରଙ୍କୁ ଗିରଫ କରିଛି ସିବିଆଇ। ଏନେଇ ତାଙ୍କ ଓକିଲ ସୂଚନା ଦେଇଛନ୍ତି। ଆଜି ଭୋରୁ ଚର୍ଚ୍ଚିତ ସିବିଆଇ କାର୍ଯ୍ୟାଳୟରେ ହାଜର ହୋଇଥିଲେ। ସିବିଆଇ କାର୍ଯ୍ୟାଳୟରେ ହାଜର ହେବାପରେ ତାଙ୍କୁ ଗୁଡ଼ାଇ ତୁଡ଼ାଇ ଅନେକ ପ୍ରଶ୍ନ ପଚରାଉଚରା କରାଯାଇଥିଲା। ଏହାପରେ ତାଙ୍କୁ ଗିରଫ କରାଯାଇ ସ୍ୱାସ୍ଥ୍ୟପରୀକ୍ଷା ପାଇଁ କ୍ୟାପିଟାଲ ହସପିଟାଲକୁ ପଠାଯାଇଥିଲା। ଚର୍ଚ୍ଚିତଙ୍କ ବୋନ ମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ହୋଇଥିବାରୁ ତାଙ୍କ ପାଇଁ ଘର ଖାଇବା ଓ ମେଡିସିନ ଯୋଗାଇ ପାଇଁ କୋର୍ଟରେ ଆବେଦନ କରାଯିବ ବୋଲି ମହିମା ମିଶ୍ରଙ୍କ ଓକିଲ ଜୟଦୀପ ପାଲ୍ କହିଛନ୍ତି। ସେ କହିଛନ୍ତି,ଗତ ୪ ତାରିଖରେ ପାରାଦୀପ ଅଫିସରେ ସିବିଆଇ ରେଡ୍‌ ସମୟରେ ଚର୍ଚ୍ଚିତ ମିଶ୍ର ସେଠାରେ ଉପସ୍ଥିତ ଥିଲେ। ଅସିବିଆଇର କର୍ମଚାରୀମାନେ ତାଙ୍କ ସହିତ କଥା ହୋଇଥିଲେ। ପରେ ଚର୍ଚ୍ଚିତ ୩ ଟାବେଳେ ବୈବସାୟିକ କାମରେ ବାହାରକୁ ଯାଇଥିଲେ। ହେଲେ ସିବିଆଇ ତାଙ୍କୁ ପଚରାଉଚରା କରିବା ପାଇଁ ଡାକିବ ବୋଲି କିଛି ସୂଚନା ଦେଇନଥିଲା। ଗତକାଲି ସନ୍ଧ୍ୟାବେଳେ ଏଫ୍‌ଆଇଆର କପି ଦେଖିବା ପରେ ଅଭିଯୁକ୍ତ ତାଲିକାରେ ଚର୍ଚ୍ଚିତଙ୍କ ନାଁ ରହିଛି ବୋଲି ଆମେ ଦେଖିଥିଲୁ। ଆଜି ଭୋରୁ ସିବିଆଇ କାର୍ଯ୍ୟାଳୟରେ ସେ ହାଜର ହୋଇଥିଲେ। ତାଙ୍କର ଜାମିନ ପାଇଁ ଆମେ କୋର୍ଟରେ ଆବେଦନ କରିବୁ। ପାରାଦୀପ ବନ୍ଦରରେ ହୋଇଥିବା ଲାଞ୍ଚ କାରବାର ମାମଲାରେ ଗତକାଲି ୪ ଜଣଙ୍କୁ ସିବିଆଇ ଗିରଫ କରିଥିଲା। ସେମାନଙ୍କ ମଧ୍ୟରୁ ପାରାଦୀପ ପୋର୍ଟ ଚିଫ୍ ମେକାନିକାଲ ଇଂଜିନିୟର ସରୋଜ ଦାସ, ଠିକାଦାର ସୁମନ୍ତ ରାଉତ ଓ OSL ଅପରେସନ ଡିଜିଏମ୍‌ ସୂର୍ଯ୍ୟ ନାରାୟଣଙ୍କୁ ୪ ଦିନିଆ ରିମାଣ୍ଡରେ ନେଇଛି ସିବିଆଇ। ଗିରଫ ହୋଇଥିବା ଚତୁର୍ଥ ବ୍ୟକ୍ତିଜଣକ ହେଉଛନ୍ତି କେସିଟି ଗ୍ରୁପ ପୋର୍ଟ ଅପରେସନ ମ୍ୟାନେଜର ଶଙ୍ଖଶୁଭ୍ର ମିତ୍ର। ଚର୍ଚ୍ଚିତ ମିଶ୍ର ଗିରଫ ହେବା ପରେ ପାରାଦୀପ ବନ୍ଦରରେ ହୋଇଥିବା ଲାଞ୍ଚ କାରବାର ମାମଲାରେ ଗିରଫଦାରୀ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଗତକାଲି ଶିଳ୍ପପତି ମହିମା ମିଶ୍ର ଓ ତାଙ୍କ ବଡ଼ ପୁଅ ଚନ୍ଦନ ମିଶ୍ରଙ୍କୁ ଦିନ୧୧ଟାରୁ ବାପପୁଅଙ୍କୁ ମାରାଥନ ଜେରା କରିଥିଲା ସିବିଆଇ। ଦୀର୍ଘ ୨୦ ଘଣ୍ଟାର ଜେରା ପରେ ଆଜି ଭୋରୁ ସିବିଆଇ ଅଫିସରୁ ବାହାରି ଥିଲେ ଶିଳ୍ପପତି ମହିମା ମିଶ୍ର ଓ ତାଙ୍କ ପୁଅ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!