Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମର କରୁଣ ପରିଣତି, ଫ୍ୟାନରେ ଝୁଲିପଡ଼ିଲେ ମହିଳା ଇଞ୍ଜିନିୟର, ଡ଼ାଏରୀ ଜବତ କଲା ପୁଲିସ

by ସଞ୍ଜୟ ସ୍ୱାଇଁ
August 21, 2022
in Crime, State
ପ୍ରେମର କରୁଣ ପରିଣତି, ଫ୍ୟାନରେ ଝୁଲିପଡ଼ିଲେ ମହିଳା ଇଞ୍ଜିନିୟର, ଡ଼ାଏରୀ ଜବତ କଲା ପୁଲିସ
467
VIEWS
Share on FacebookShare on Twitter

ଚନ୍ଦ୍ରଶେଖରପୁର, (ବାଘୁଆବାର୍ତ୍ତା): ଶୈଳଶ୍ରୀ ବିହାରର ଏକ ଆପାର୍ଟମେଣ୍ଟରେ ରହୁଥିବା ଜଣେ ମହିଳା ସଫ୍ଟୱେର ଇଞ୍ଜିନିୟର ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଛନ୍ତି । ସେ ହେଲେ ଶ୍ୱେତା ଉତ୍କଳ କୁମାରୀ (୨୬) । ଘର ଭଦ୍ରକରେ ହୋଇଥିବା ବେଳେ ଏଠାରେ ରହି ଏକ ନାମୀ କମ୍ପାନୀରେ କାମ କରୁଥିଲେ । ପ୍ରାଥମିକ ତଦନ୍ତରୁ ଏହା ପ୍ରେମ ପାଇଁ ଆତ୍ମହତ୍ୟା ହୋଇଥିବା ପୁଲିସ ସନ୍ଦେହ କରୁଛି । ତଦନ୍ତ ସମୟରେ ପୁଲିସ ଶ୍ୱେତାଙ୍କ ଆପାର୍ଟମେଣ୍ଟ ଫ୍ଲାଟ୍‌ରୁ କିଛି ଡାଏରୀ ଜବତ କରିଛି । ସେଥିରେ ଜଣେ ଯୁବକଙ୍କ ନାଁ ରହିଥିବାରୁ ପୁଲିସ ଉକ୍ତ ଯୁବକଙ୍କୁ ପଚରାଉଚରା କରିଛି । ଏକ ଅପମୃତ୍ୟୁ ମମଲା ରୁଜୁ କରି କେଉଁ କାରଣରୁ ସେ ଆତ୍ମହତ୍ୟା କଲେ ପୁଲିସ ତଦନ୍ତ ଆରମ୍ଭ କରିଛି । ଶ୍ୱେତା ଉକ୍ତ ଆପାର୍ଟମେଣ୍ଟରେ ତାଙ୍କର ତିନି ସାଙ୍ଗଙ୍କ ସହ ରହୁଥିଲେ । ଜନ୍ମାଷ୍ଟମୀ ଥିବାରୁ ସାଙ୍ଗମାନେ ଛୁଟିରେ ଯାଇଥିଲେ । ଶ୍ୱେତା ଏକା ଥିଲେ । ଗତକାଲି ଶ୍ୱେତାଙ୍କ ଫୋନ୍‌ ସୁଇଚ୍‌ ଅଫ୍‌ ଆସିବାରୁ ପରିବାର ଲୋକ ଖୋଜାଖୋଜି କରିଥିଲେ । କୌଣସି ପତ୍ତା ନ ମିଳିବାରୁ ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ କରିଥିଲେ । ପୁଲିସ ତାଙ୍କ ମୋବାଇଲ ଟ୍ରାକ୍‌ କରିବା ପରେ ଜଣାପଡିଥିଲା ଆପାର୍ଟମେଣ୍ଟ ଭିତରେ ପୂର୍ବରୁ ସୁଇଚ୍‌ ଅଫ ରହିଥିଲା । ସେ ରହୁଥିବା ରୁମର କବାଟ ତାଡିବା ପରେ ଫ୍ୟାନରେ ଝୁଲନ୍ତା ଅବସ୍ଥାରେ ଶ୍ୱେତାଙ୍କ ମୃତଦେହ ମିଳିଥିଲା । କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ହେବା ପରେ ତାଙ୍କ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରିଛି ପୁଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!