Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାଇର ରକ୍ତରେ ହୋଲି ଖେଳିଳା ଭାଇ

by ସଞ୍ଜୟ ସ୍ୱାଇଁ
August 22, 2022
in Crime, State
ଭାଇର ରକ୍ତରେ ହୋଲି ଖେଳିଳା ଭାଇ
95
VIEWS
Share on FacebookShare on Twitter

ଉମରକୋଟ, (ବାଘୁଆବାର୍ତ୍ତା): ଭାଇର ରକ୍ତରେ ଭାଇ ଖେଳିଳା ହୋଲି! ଭାଉଜଙ୍କୁ ମଧ୍ୟ ଛାଡ଼ିଲେ ନାହିଁ। ଆକ୍ରମଣ କରି ଲହୁଲୁହାଣ କଲେ। ଆକ୍ରମଣରେ ଭାଇଙ୍କ ମୃତ୍ୟୁ ଘଟିଥିବା ଭଉଜ ମେଡିକାଲ୍‌ ବେଡରେ ବଞ୍ଚିବା ପାଇଁ ସଂଘର୍ଷ କରୁଛନ୍ତି। ଏପରି ଘଟଣା ନବରଙ୍ଗପୁର ଜିଲ୍ଲା ଉମରକୋଟ ପୌର ପରିଷଦ ଅଞ୍ଚଳରେ ଘଟିଛି। ଗୁଣିଗାରେଡି ସନ୍ଦେହର ଏପରି ନୃଶଂସ ହତ୍ୟା କାଣ୍ଡ ଘଟିଥିବା ଆଲୋଚନା ହେଉଛି। ଉମରକୋଟ ପୌରପରିଷଦ ଅନ୍ତର୍ଗତ ଦର୍ଗାଗୁଡ଼ା ଗାଁର ସୋମନାଥ ପୂଜାରୀ ଗୁଣି ଗାରିଡି କରୁଥିବା ତାଙ୍କ ସମ୍ପର୍କୀୟ ଭାଇ ଅର୍ଜୁନ ପୂଜାରୀ ଓ ତିନି ପୁତୁରା ତୁଳା ପୂଜାରୀ, ଚନ୍ଦନ ପୂଜାରୀ ଓ ଦେବେନ୍ଦ୍ର ପୂଜାରୀ ସନ୍ଦେହ କରୁଥିଲେ। ଯେଉଁଥିପାଇଁ ଉଭୟ ପରିବାର ଭିତରେ ତିକ୍ତତା ଲାଗି ରହିଥିଲା। ସୋମନାଥଙ୍କୁ ରାସ୍ତାରୁ ହଟାଇବା ପାଇଁ ସେମାନେ ଯୋଜନା କରିଥିଲେ। ରବିବାର ସନ୍ଧ୍ୟା ବେଳେ ସୋମନାଥ ପୂଜାରୀ ଓ ତାଙ୍କ ସ୍ତ୍ରୀ ରୁପନ୍ତି ପୂଜାରୀ ବିଲରୁ ଚାଷ କାମ ସାରି ଘରକୁ ଫେରୁଥିଲେ। ଠିକ୍‌ ଏହି ସମୟରେ ଭାଇ ଅର୍ଜୁନ ଓ ତିନି ପୁତୁରା ସୋମନାଥଙ୍କୁ ପଥରରେ ଆକ୍ରମଣ କରିଥିଲେ। ଯାହାଫଳରେ ସୋମନାଥ ତଳେ ପଡ଼ି ଯାଇଥିଲେ। ତା’ପରେ ତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ରୁପନ୍ତି ଆକ୍ରମଣରେ ଶିକାର ହୋଇଥିଲେ। ପରେ ସ୍ଥାନୀୟ ଲୋକେ ଉଭୟ ସ୍ୱାମୀ-ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଉମରକୋଟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ସୋମନାଥଙ୍କ ମୃତ୍ୟୁ ଘଟିଥିଲା। ଆକ୍ରମଣ ପରେ ଅର୍ଜୁନ ପୂଜାରୀ ଓ ତିନି ପୁତୁରା ତୁଳା ପୂଜାରୀ, ଚନ୍ଦନ ପୂଜାରୀ ଓ ଦେବେନ୍ଦ୍ର ପୂଜାରୀ ଉମରକୋଟ ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୁଲିସ ମାମଲା ରୁଜୁ କରି ସମସ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!