ଭୁବନେଶ୍ୱର, (ବାଘୁଆବାର୍ତ୍ତା): ହୋଲ୍ଡିଂ ଟ୍ୟାକ୍ସ କମାଇବା ପାଇଁ ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଭୁବନେଶ୍ୱର ମହାନଗର ନିଗମ ବା ବିଏମସିର ୨ ଟ୍ୟାକ୍ସ କଲେକ୍ଟରଙ୍କୁ ଧରିଛି ଭିଜିଲାନ୍ସ। ଲାଞ୍ଚ ନେଇ ଧରାପଡ଼ିଥିବା ଅଧିକାରୀ ବିଏମସି ବିଏମସିର ଟ୍ୟାକ୍ସ କଲେକ୍ଟର ହେମନ୍ତ କୁମାର ସାହୁ ଓ ଅବସରପ୍ରାପ୍ତ କର୍ମଚାରୀ ଯୋଗେନ୍ଦ୍ର ପ୍ରଧାନ ବୋଲି ଜଣାପଡ଼ିଛି । ବିଭାଗ ହାତରେ ଏହି ଦୁଇ ଜଣ ଧରାପଡ଼ିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ବିଏମସି ୱାର୍ଡ ଅଫିସ ନମ୍ବର ୨୩ରେ ଅଭିଯୋଗକାରୀଙ୍କଠାରୁ ବିଏମସିର ଟ୍ୟାକ୍ସ କଲେକ୍ଟର ହେମନ୍ତ କୁମାର ସାହୁ ନିଜପାଇଁ ୧୫ ହଜାର ଟଙ୍କା ଓ ଯୋଗେନ୍ଦ୍ର ପ୍ରଧାନଙ୍କ ଲାଗି ସାଢ଼େ ୭ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଏତିକି ବେଳେ ଭିଜିଲାନ୍ସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଲାଞ୍ଚ ଟଙ୍କା ଜବତ କରିବା ସହ ହେମନ୍ତ କୁମାର ସାହୁ ଓ ଯୋଗେନ୍ଦ୍ର ପ୍ରଧାନଙ୍କୁ ଧରିଥିଲା। ଉଭୟଙ୍କୁ ଭିଜିଲାନ୍ସ ଅଟକ ରଖିଛି । ହୋଲ୍ଡିଂ ଟିକସ କମାଇବା ଲାଗି ଲାଞ୍ଚ ନେଉଥିଲେ। ଉଭୟ ଅଭିଯୁକ୍ତଙ୍କ ବିରୋଧରେ ଅଧିକ ଅନୁସନ୍ଧାନ ଚାଲିଛି। ଯୋଗେନ୍ଦ୍ର ପ୍ରଧାନ ଜଣେ ପୂର୍ବତନ ଟ୍ୟାକ୍ସ କଲେକ୍ଟର ହୋଇଥିବା ବେଳେ ସେ ବିଏମସିରେ ଏବେବି କାର୍ୟ୍ୟରତ ଅଛନ୍ତି।





