Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
August 23, 2022
in Crime, State
ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା
65
VIEWS
Share on FacebookShare on Twitter

ପାଟଣାଗଡ଼, (ବାଘୁଆବାର୍ତ୍ତା): ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା । ବଲାଙ୍ଗୀର ଜିଲ୍ଲା ବେଲପଡ଼ା ଥାନା ଦେବିରି ପାଲିଗାଁରୁ ଏଭଳି ଘଟଣା ସାମ୍ନାକୁ ଆସିଛି । ପାରିବାରିକ କଳହରୁ ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ମଙ୍ଗଳବାର ସକାଳ ୯ଟାରୁ ୧୦ ମଧ୍ୟରେ ପାଲିଗାଁର ଭକ୍ତ ନାୟକ ଓ ତାଙ୍କ ସ୍ତ୍ରୀ ଯଶୋଦା ନାୟକ ବିଲକୁ କାମ କରିବାକୁ ଆସିଥିଲେ । ସେଠାରେ କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ଦେଖୁ ଦେଖୁ ବଚସା ଏତେ ଭୟଙ୍କର ହୋଇଥିଲା ଯେ, ସ୍ୱାମୀ ଟାଙ୍ଗିଆରେ ସ୍ତ୍ରୀର ମୁଣ୍ଡକୁ ଆଘାତ କରିଥିଲା । ଯାହାଫଳରେ ତାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ପରେ ଭକ୍ତ ପାଖ ବିଲରେ ଥିବା ଏକ ଗଛରେ ଦଉଡି ଲଗାଇ ନିଜେ ଆତ୍ମହତ୍ୟା କରିଥିଲା । ସେପଟେ ଘଟଣାସଂପର୍କରେ ସୂଚନା ପାଇ ବେଲପଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏପିରିକି ବଲାଙ୍ଗୀରରୁ ମଧ୍ୟ ସାଇଣ୍ଟିଫିକ୍‌ ଟିମ୍‌ ଆସି ତଦନ୍ତ କରୁଛି । ପୋଲିସର ପ୍ରାଥମିକ ତଦନ୍ତରୁ ଏହା ପାରିବାରିକ ଗଣ୍ଡଗୋଳରୁ ହତ୍ୟାକାଣ୍ଡ ଘଟିଥିବା ସୂଚନା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!