ଜଳେଶ୍ଵର, (ବାଘୁଆବାର୍ତ୍ତା): ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ପାରିବାରିକ କଳହକୁ କେନ୍ଦ୍ରକରି ବେକରେ ରଶି ଲଗାଇ ଅତ୍ମହତ୍ୟା କରିଥିବା ସୂଚନା। ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ଥାନା ଗୋବର୍ଧନପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଜଳେଶ୍ୱର ଥାନା ଗୋବର୍ଧନପୁର ଗ୍ରାମର ଅରୁଣ ବେହେରାଙ୍କ ନାବାଳିକା ଝିଅ ଆଜି ସକାଳ ସମୟରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ପରିବାର ଲୋକେ ନାବାଳିକାଙ୍କୁ ଉଦ୍ଧାର କରି ଜଳେଶ୍ୱର ଜିକେ ଭଟ୍ଟର ହସ୍ପିଟାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ନାବାଳିକାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ଜଳେଶ୍ଵର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି।





