ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ପାଣିକୋଇଲି ପୋଲିସକୁ ବଡ଼ ସଫଳତା । ପାଣିକୋଇଲି ଛକ ନିକଟ ଏକ ହୋଟେଲରୁ ସେକ୍ସ୍ ରାକେଟ ଠାବ କରିବାରେ ପୋଲିସ ସକ୍ଷମ ହୋଇଛି । ସେଠାରୁ ଜଣେ ଜଣେ ଦେହଜୀବୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଏଥିରେ ସମ୍ପୃକ୍ତ ହୋଟେଲ ମାଲିକ ଓ ମ୍ୟାନେଜରଙ୍କ ସମେତ ମୋଟ ୬ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । ଏହି ହୋଟେଲକୁ ସିଲ୍ କରିଛି ପୋଲିସ । ସୂଚନା ମୁତାବକ ପାଣିକୋଇଲି ଛକ ନିକଟ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଶ୍ରୀହରୀ କଟେଜ୍ ନାମକ ଏକ ହୋଟେଲରେ ଦେହ ବ୍ୟବସାୟ ହେଉଥିବା ନେଇ ପୋଲିସ ବିଶେଷ ସୁତ୍ରରୁ ଖବର ପାଇଥିଲା । ତେବେ ଗତକାଲି ପୋଲିସ ଏହି ହୋଟେଲରେ ଚଢ଼ାଉ କରି ଜଣେ ଦେହଜୀବୀଙ୍କୁ ଉଦ୍ଧାର କରିବା ସହ ୪ ଜଣ ଗ୍ରାହକଙ୍କୁ କାବୁ କରି ଥାନାକୁ ନେଇଥିଲା । ପରେ ଏହି ଘଟଣାର ତଦନ୍ତ କରି ଏଥିରେ ସମ୍ପୃକ୍ତ ହୋଟେଲ ମାଲିକ ଓ ମ୍ୟାନେଜର ସମେତ ମୋଟ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ପାଣିକୋଇଲି ପୋଲିସ । ତେବେ ଆଜି ମଧ୍ୟାହ୍ନରେ ଏମାନଙ୍କୁ କୋର୍ଟ ଚାଲାଣ କରାଯାଇଛି । ସେପଟେ ଏହି ହୋଟେଲକୁ ମଧ୍ୟ ପୋଲିସ ସିଲ୍ କରିଛି ।





