Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାତି ଅଧରେ ଘରେ ପଶି ଲୁଟିବା ସହ ହାଣି ପଳାଇଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
September 2, 2022
in Crime, State
ରାତି ଅଧରେ ଘରେ ପଶି ଲୁଟିବା ସହ ହାଣି ପଳାଇଲେ ଦୁର୍ବୃତ୍ତ
49
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ରାତି ଅଧରେ ଘରେ ପଶି ସବୁ ସୁନା ଅଙ୍କାର ଲୁଟି ନେଲେ । ଏଥିସହ ମାରଣାସ୍ତ୍ରରେ ପରିବାରର ୩ ଜଣଙ୍କୁ ଆକ୍ରମଣ କରି ଫେରାର ହୋଇଗଲେ। ଏବେ ଗୁରୁତର ୩ ଜଣ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି। ଏପରି ଅଭାବନୀୟ ଘଟଣା କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ବାରିଗାଁଠାରେ ଗତକାଲି ବିଳମ୍ବିତ ରାତିରେ ଘଟିଛି। ଆକ୍ରମଣର ଶିକାର ହୋଇଥିବା ୩ ଜଣ ହେଲେ ଗୋଲକ ପାଢୀ, ତାଙ୍କ ପତ୍ନୀ ଜୟନ୍ତୀ ଓ ଝିଅ ପ୍ରୀତିମୟୀ । ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ୨ଟା ପରେ ବାରିଗାଁର ଗୋଲକ ପାଢୀଙ୍କ ଘର କବାଟ ଭାଙ୍ଗି କେତେକ ମୁଖା ପିନ୍ଧା ଦୁର୍ବୃତ୍ତ ପଶିଥିଲେ। ଏହାପରେ ସେମାନେ ଆଲମାରି ତାଡ଼ି ୧ଲକ୍ଷ ୮୦ ହଜାର ଟଙ୍କା , ସୂନା ଓ ୨ଟି ମୋବାଇଲ୍ ଲୁଟିନେଇଥିଲେ । ଏହି ସମୟରେ ଗୋଲକଙ୍କ ପରିବାର ଲୋକେ ଉଠି ପଡ଼ିବାରୁ ସେମାନେ ତାଙ୍କୁ ଲୁହାରଡ ଓ ଭୁଜାଲିରେ ଆକ୍ରମଣ କରିଥିଲେ। ଫଳରେ ସେମାନଙ୍କ ମୁଣ୍ଡ ଓ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି। ଏହାପରେ ଦୁର୍ବୃତ୍ତମାନେ ବାହାରୁ କବାଟ ବନ୍ଦ କରି ଫେରାର ହୋଇଯାଇଥିଲେ। ଗୋଲକଙ୍କ ପରିବାର ଲୋକଙ୍କ ଚିତ୍କାର ଶୁଣି ପାଖ ପଡୋଶୀ ପହଞ୍ଚି ଗୁରୁତର ୩ ଜଣଙ୍କୁ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ଖବରପାଇ ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଚୋରି ହୋଇଥିବା ମୋବାଇଲକୁ ଟ୍ରାକ୍‌ କରିବା ସହିତ ତଦନ୍ତ ଆରମ୍ଭ କରିଛି । ଏନେଇ ଗୋଲକ କହିଛନ୍ତି, ରାତି ୨ଟା ଅଢେଇଟା ବେଳେ ଆଲମିରା ଭାଙ୍ଗିବା ଶବ୍ଦ ହେଲା। ଚିତ୍କାର କରିବାକୁ କେହି ଜଣେ ଏକ ବାଡ଼ିରେ ମୋତେ ପିଟିଦେଲେ। ଫଳରେ ମୁଁ ଅଚେତ ହୋଇପଡ଼ିଲି। ଚେତେ ଫେରିବା ବେଳକୁ ପତ୍ନୀ ଓ ଝିଅକୁ ସେମାନେ ମାରଣାସ୍ତ୍ରରେ ଆକ୍ରମଣ କରି ସାରିଥିଲେ। ଏଥିସହ ଘରୁ ସବୁ ଜିନିଷ ନେଇ ବାହାରୁ କବାଟ ଦେଇ ପଳାଇଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!