Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତାନ୍ତ୍ରିକକୁ ହାଣିଦେଲେ ଯୁବକ, ଥାନାରେ କଲେ ଆତ୍ମସମର୍ପଣ

by ସଞ୍ଜୟ ସ୍ୱାଇଁ
September 2, 2022
in Crime, State
ତାନ୍ତ୍ରିକକୁ ହାଣିଦେଲେ ଯୁବକ, ଥାନାରେ କଲେ ଆତ୍ମସମର୍ପଣ
82
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ତାନ୍ତ୍ରିକକୁ ହାଣିଦେଲା ଯୁବକ। ଘଟଣାସ୍ଥଳରେ ତାନ୍ତ୍ରିକଙ୍କ ମୃତ୍ୟୁ ହୋଇଛି। ପରେ ଯୁବକ ଜଣକ ପୁଲିସ ନିକଟରେ ଆତ୍ମସମର୍ପଣ କରିଛି। ଆଜି ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ବନ୍ଧଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ବନ୍ଧ ଗାଁ’ର ଶାନ୍ତନୁ ବେହେରା ପ୍ରତିଶୋଧ ପରାୟଣ ହୋଇ ଏହି କାଣ୍ଡ ଘଟାଇଛନ୍ତି। ସ୍ଥାନୀୟ ଲୋକଙ୍କ ସୂଚନା ମୁତାବକ, ପାରିବାରିକ କହଳ ଯୋଗୁ ଶାନ୍ତନୁଙ୍କୁ ଛାଡ଼ି ତାଙ୍କ ସ୍ତ୍ରୀ’ ବାପ ଘରକୁ ଚାଲି ଯାଇଛନ୍ତି। ସ୍ତ୍ରୀ’କୁ ଗୁଣି ଗାରେଡି ମାଧ୍ୟମରେ ଫେରାଇ ଆଣିବାକୁ ତାନ୍ତ୍ରିକ ଜଣକ ବାରମ୍ବାର ଶାନ୍ତନୁଙ୍କ ଠାରୁ ଟଙ୍କା ନେଇଥିଲେ। ଆଜି ତାନ୍ତ୍ରିକ ଜଣକ ସେହି ଗାଁ’କୁ ଆସି ଶାନ୍ତନୁଙ୍କୁ ଆଉ କିଛି ଟଙ୍କା ମାଗିଥିଲେ। ଏହାକୁ ନେଇ ଶାନ୍ତନୁ ରାଗରେ ଉତକ୍ଷିପ୍ତ ହୋଇ ଏକ ଧାରୁଆ ଅସ୍ତ୍ରରେ ତାନ୍ତ୍ରିକଙ୍କ ମୁଣ୍ଡକୁ ହାଣି ଦେଇଥିଲେ। ଘଟଣାସ୍ଥଳରେ ତାନ୍ତ୍ରିକଙ୍କ ମୃତ ହୋଇଥିଲା। ଶାନ୍ତନୁ ବେହେରା ଏହି ଧାରୁଆ ଅସ୍ତ୍ର ଧରି ସୁକିନ୍ଦା ଥାନାରେ ସମର୍ପଣ କରିଥିଲା। ସୁକିନ୍ଦା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ତେବେ ତଦନ୍ତ ପରେ ହତ୍ୟା ପଛର ପ୍ରକୃତ କାରଣ ଜଣାପଡିବ ବୋଲି ପୁଲିସ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!