Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ପୁଣି ଛୁରାମାଡ଼

by ସଞ୍ଜୟ ସ୍ୱାଇଁ
September 3, 2022
in Crime, State
ରାତି ଅଧରେ ଘରେ ପଶି ଲୁଟିବା ସହ ହାଣି ପଳାଇଲେ ଦୁର୍ବୃତ୍ତ
56
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ଛୁରାମାଡ଼ ହୋଇଛି। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସ୍ଥିତ ଲକ୍ଷ୍ମୀସାଗର କଦଳୀଗୋଦାମ ଅଞ୍ଚଳରେ। ଆହତ ବ୍ୟକ୍ତି ଜଣଙ୍କ ହେଲେ ଶେଖ ଅବଦୁଲ। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅବଦୁଲଙ୍କ ପେଟ ଓ ପିଞ୍ଜରାରେ ଗଭୀର ଆଘାତ ଲାଗିଛି। ଗତକାଲି ରାତିରେ କୌଣସି କଥାକୁ ନେଇ ଅବଦୁଲ ସହ ଆଦିତ୍ୟଙ୍କ ପରିବାର ଲୋକଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହି ସମୟରେ ଆଦିତ୍ୟ ଏକ ଛୁରି ଆଣି ଅବଦୁଲକୁ ଭୁସି ଦେଇଥିଲେ। ଖବର ପାଇ ଲକ୍ଷ୍ମୀସାଗର ଥାନା ପୁଲିସ ପହଞ୍ଚି ଆଦିତ୍ୟଙ୍କୁ ଅଟକ ରଖି ପଚରାଉଚରା କରୁଛି। ପାର୍ବଣ ଋତୁ ଚାଲିଥିବାରୁ କମିଶନରେଟ୍ ପୁଲିସ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି। ରାତିରେ ବିଭିନ୍ନ ଛକରେ ପୁଲିସ ପଇନ୍ତରା ମାରୁଛନ୍ତି। ଏହା ସତ୍ତ୍ୱେ ବି ଅପରାଧୀମାନେ ଅପରାଧ କରିବାକୁ ପଛାଉ ନାହାନ୍ତି। କେଉଁଠି ଛୁରାମାଡ଼ କରୁଛନ୍ତି ତ ଆଉ କେଉଁଠି ହତ୍ୟାକାଣ୍ଡ ଘଟାଇ ପୁଲିସକୁ ଖୋଲା ଚ୍ୟାଲେଞ୍ଜ ଦେଉଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!