Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୃଦ୍ଧାଙ୍କୁ ହତ୍ୟା କରି ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
September 11, 2022
in Crime, State
ବୃଦ୍ଧାଙ୍କୁ ହତ୍ୟା କରି ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ
8
VIEWS
Share on FacebookShare on Twitter

ସାନଖେମୁଣ୍ଡି, (ବାଘୁଆବାର୍ତ୍ତା): ଚୋରଙ୍କ ଟାର୍ଗେଟ୍‌ରେ ପ୍ରାପ୍ତ ବୟସ୍କ। ଘରେ ପଶି ବୃଦ୍ଧାଙ୍କୁ ହତ୍ୟା କରି ଲୁଟିନେଲେ ସୁନା ଗହଣା। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଭୀଷ୍ମଗିରି କଲେଜ ଛକରେ ଗତକାଲି ବିଳମ୍ଵିତ ରାତିରେ ଏଭଳି ଘଟଣା ଘଟିଛି। ମୃତକଙ୍କ ବେକ ଓ କାନରେ କଟା ଚିହ୍ନ ରହିଛି। ଏହି ଘଟଣା ପରେ ଭିଷ୍ମଗିରି ଗ୍ରାମରେ ଆତଙ୍କ ଖେଳିଯାଇଛି। ସୂଚନାନୁଯାୟୀ, ଶନିବାର ରାତିରେ ଦିଗପହଣ୍ଡି ଥାନା ଭୀଷ୍ମଗିରି କଲେଜ ଛକ ରାମେୟା ପାତ୍ରଙ୍କ ଘରେ ଚୋରି ହୋଇଛି। ରାମେୟା ନିଜ ଘର ବାରଣ୍ଡାରେ ଶୋଇଥିବା ବେଳେ ତାଙ୍କ ସ୍ତ୍ରୀ ବାଦ୍ରୀ ଆଡ଼ି ପାତ୍ର ଘର ଭିତରେ ଶୋଇଥିଲେ। ଚୋରମାନେ ବାରି ପଟେ ଘର ଭିତର ତାଲା ଭାଙ୍ଗି ପଶି ବୃଦ୍ଧାଙ୍କୁ ହତ୍ୟା କରିବା ପରେ କାନ, ନାକ ବେକରେ ଥିବା ଅଳଙ୍କାର ଲୁଟି ନେଇଛନ୍ତି। ବୃଦ୍ଧାଙ୍କ ଦୁଇ କାନ, ନାକ ଏବଂ ମୁଣ୍ଡରୁ ରକ୍ତ ବାହାରୁଥିବା ଦେଖିବାକୁ ମିଳିଛି। ପାରିପାର୍ଶ୍ୱିକ ସ୍ଥିତିରୁ ଏହା ହତ୍ୟାକାଣ୍ଡ ବୋଲି ଜଣାପଡ଼ିଛି। ଦିଗପହଣ୍ଡି ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଅରମ୍ଭ କରିଛନ୍ତି। ତଦନ୍ତ ପରେ ଘଟଣା ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!