Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଖରୀରୁ ୩ ନବଜାତ ଶିଶୁଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
September 16, 2022
in Crime, State
ପୋଖରୀରୁ ୩ ନବଜାତ ଶିଶୁଙ୍କ ମୃତଦେହ ଉଦ୍ଧାର
44
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ପୋଖରୀରୁ ୩ ନବଜାତ ଶିଶୁଙ୍କ ମୃତଦେହ ଠାବ। ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଇନ୍ଦିପୁର ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସୂଚନାନୁଯାୟୀ, ଇନ୍ଦିପୁର ଗ୍ରାମ ନିକଟରେ ଥିବା ନଟା ପୋଖରୀରେ ଆଜି ତିନୋଟି ନବଜାତ ଶିଶୁଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା । ଏହି ଘଟଣା ପରେ ଗ୍ରାମବାସୀ ପୋଖରୀ ପାଖରେ ରୁଣ୍ଡ ହୋଇ ଯାଇଥିଲେ। ଖବର ପାଇ ସଦର ଥାନା ପୁଲିସ ପହଞ୍ଚି ଶିଶୁମାନଙ୍କର ମୃତଦେହକୁ ଉଦ୍ଧାର କରିଛି। ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ମୃତ ଶିଶୁଗୁଡିକ କେଉଁଠାରୁ ଆସିଲେ ଏବଂ କିଏ ଏଠାରେ ପକାଇଲା ସେନେଇ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏକକାଳୀନ ୩ଟି ନବଜାତକଙ୍କ ମୃତଦେହକୁ ଦେଖି ସ୍ଥାନୀୟ ଅଞ୍ଚଳରେ ଗଭୀର ଆଲୋଡ଼ନ ସୃଷ୍ଟି ହୋଇଛି। ତେବେ ଶିଶୁ ଗୁଡିକ ଅବିକଶିତ ହୋଇଥିବାରୁ ସେମାନେ ପୁଅ କି ଝିଅ ତାହା ଜଣ ପଡୁନାହିଁ । ସଦର ମହକୁମା କିମ୍ବା କେଉଁ ନର୍ସିଂହୋମରୁ ବେଆଇନ ଗର୍ଭପାତ କରି ପୋଖରୀରେ ଭୃଣ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!