Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରାଉନ ସୁଗାର ସହ ଲକ୍ଷାଧିକ ଟଙ୍କା ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
September 21, 2022
in Crime, State
ବ୍ରାଉନ ସୁଗାର ସହ ଲକ୍ଷାଧିକ ଟଙ୍କା ଜବତ, ଜଣେ ଗିରଫ
34
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବରଗଡ଼ରେ ୨୯୭ ଗ୍ରାମ୍‌ ବ୍ରାଉନ ସୁଗାର ଜବତ କରିବା ସହ ଜଣେ ଅଭିଯୁକ୍ତକୁ ଗିରଫ କରିଛି ଅବକାରୀ ବିଭାଗ। ତା’ଠାରୁ ଲକ୍ଷାଧିକ ଟଙ୍କା ଜବତ କରିଛି ବରଗଡ଼ ଜିଲ୍ଲା ଅବକାରୀ ବିଭାଗ। ଜବତ ବ୍ରାଉନ ସୁଗାରର ମୂଲ୍ୟ ୩୦ ଲକ୍ଷ ଟଙ୍କାରୁ ଅଧିକ ହେବ। ବ୍ରାଉନ ସୁଗାର ବିକ୍ରି ଉଦ୍ୟମ ବେଳେ ବରଗଡ଼ ସହରର ମହାନ୍ତି ପଡ଼ା ଅଞ୍ଚଳରୁ ରାଜୁ ତାଣ୍ଡି ନାମକ ଯୁବକ ପାଖରୁ ତିରିଶ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ୨୯୭ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି ଅବକାରୀ ବିଭାଗ। ଏଥିସହ ଅଭିଯୁକ୍ତ ରାଜୁ ତାଣ୍ଡି ପାଖରୁ ଲକ୍ଷାଧିକ ଟଙ୍କା ଓ ମୋବାଇଲ ଫୋନ ଆଦି ଜବତ ହୋଇଛି । ଅଭିଯୁକ୍ତ ରାଜୁ ତାଣ୍ଡି କେଉଁ ଅଞ୍ଚଳରୁ ବ୍ରାଉନ ସୁଗାର ଆଣି ବିକ୍ରି କରୁଥିଲା ଏବଂ ଏହା ପଛରେ କେଉଁ ରାକେଟ କାମ କରୁଛି, ତାକୁ ନେଇ ଅଧିକ ଖୋଲତାଡ଼ ଚାଲିଛି । ଅଭିଯୁକ୍ତ ରାଜୁ ତାଣ୍ଡି ବରଗଡ଼ ସହରର ଧନୀ ପରିବାରର ଯୁବକ ଯୁବତୀଙ୍କଠାରୁ ଫୋନ ପେ, ଗୁଗୁଲ ପେ ମାଧ୍ୟମରେ ଟଙ୍କା ଆଣୁଥିବା ବରଗଡ଼ ଜିଲ୍ଲା ଅବକାରୀ ଅଧୀକ୍ଷକ ସୁବନ କୁମାର ନାୟକ ସୂଚନା ଦେଇଛନ୍ତି । ଖୁବ ଶୀଘ୍ର ବ୍ରାଉନ ସୁଗାର କାରବାରରେ ସଂଶ୍ଲିଷ୍ଟ ଥିବା ଅନ୍ୟମାନଙ୍କୁ ଗିରଫ କରାଯିବ ବୋଲି ସେ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!