Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଙ୍ଗଲରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ

by ସଞ୍ଜୟ ସ୍ୱାଇଁ
October 4, 2022
in Crime, State
ଜଙ୍ଗଲରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ
101
VIEWS
Share on FacebookShare on Twitter

ମୁନିଗୁଡ଼ା, (ବାଘୁଆବାର୍ତ୍ତା): ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଠାବ। ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା କାମାରି ଗାଁ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମହିଳା ଜଣଙ୍କ ଡିମିରିଗୁଡ଼ା ପଞ୍ଚାୟତ କାମାରି ଗାଁର ଆସକୁଲି ମାଝି ବୋଲି ଜଣାପଡିଛି । ଖବର ଅନୁଯାୟୀ, ଆସକୁଲି ସେପ୍ଟେମ୍ବର ୨୪ ତାରିଖରୁ ନିଖୋଜ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ବି କୌଣସି ସନ୍ଧାନ ମିଳିନଥିଲା । ଶେଷରେ ଅକ୍ଟୋବର ୧ ରେ ଅମ୍ବାଦଳା ଥାନାରେ ଲିଖିତ ଅଭିଯୋଗ କରିଥିଲେ ପରିବାର ଲୋକ। ପୋଲିସ ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ବେଳେ ମଙ୍ଗଳବାର କୌଣସି ସୂତ୍ରରୁ ଖବର ପାଇ ଗାଁ ନିକଟ ଜଙ୍ଗଲର ଏକ ଗଛରୁ ଆସକୁଲିଙ୍କ ମୃତଦେହକୁ ଠାବ କରିଛି । ମୃତଦେହଟି ଦୀର୍ଘଦିନ ତଳର ବୋଲି ଜଣାପଡୁଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ସାଇଣ୍ଟିଫିକ ଟିମ୍ ଓ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମହିଳା ଜଣକ ଜଙ୍ଗଲରେ ଆତ୍ମହତ୍ୟା କରିଛନ୍ତି ନା ଏହା ପଛରେ ଅନ୍ୟ କିଛି କାରଣ ରହିଛି । ତାର ତଦନ୍ତ ଜାରି ରଖିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!