Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଳମ୍ବିତ ରାତିରେ ଘରେ ପଶି ପରିବାର ଲୋକଙ୍କୁ ଖଣ୍ଡାରେ ହାଣି ଗୁଳି ଫୁଟାଇ ଚମ୍ପଟ ମାରିଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
October 7, 2022
in Crime, State
ବିଳମ୍ବିତ ରାତିରେ ଘରେ ପଶି ପରିବାର ଲୋକଙ୍କୁ ଖଣ୍ଡାରେ ହାଣି ଗୁଳି ଫୁଟାଇ ଚମ୍ପଟ ମାରିଲେ ଦୁର୍ବୃତ୍ତ
58
VIEWS
Share on FacebookShare on Twitter

ଖଲ୍ଲିକୋଟ, (ବାଘୁଆବାର୍ତ୍ତା): ବିଳମ୍ବିତ ରାତିରେ ଘରେ ପଶି ପରିବାର ଲୋକଙ୍କୁ ଖଣ୍ଡାରେ ହାଣିଲେ। ପୁଲିସକୁ ନ ଜଣାଇବା ପାଇଁ ଧମକ ଦେଇ ତିନି ରାଉଣ୍ତ ଫାଙ୍କା ଗୁଳି ଚାଳନା କରି ଚମ୍ପଟ ମାରିଲେ। ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୋଟିଏ ପରିବାରର ୪ ଜଣ ଆହତ ହୋଇଛନ୍ତି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗନ୍ତ ଆଇତିପୁର ଗାଁରେ। ଆହତମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ୧୦ରୁ ୨୦ଜଣ ଦୁର୍ବୃତ୍ତ ଆଇତିପୁର ଗାଁର ରମେଶ ପଲେଇଙ୍କ ଘରେ ପଶି ବିଭିନ୍ନ ଅଶ୍ଲିଳ ଭାସାରେ ଗାଳି ଗୁଲଜ କରିଥିଲେ। ପରେ ଖଣ୍ଡାରେ ରମେଶଙ୍କୁ ଆକ୍ରମଣ କରିଥିଲେ। ରମେଶଙ୍କ ଚିତ୍କାର ଶୁଣି ପରିବାର ଲୋକେ ତାଙ୍କୁ ଦୁର୍ବୃତ୍ତଙ୍କ କବଳରୁ ବଞ୍ଚାଇବାକୁ ଯାଇ ନିଜେ ଆକ୍ରମଣର ଶିକାର ହୋଇଥିଲେ। ଏହି ଆକ୍ରମଣରେ ରମେଶଙ୍କ ସହିତ ଝିଅ ସାଗରିକା ପ୍ରଧାନ, ବୋହୂ ଲଳିତା ପଲେଇ ଓ ଭାଇ ବୋହୂ ବିଜ୍ଞାନୀ ପଲେଇ ଗୁରୁତର ଭାବେ ଆହତ ହୋଇଥିଲେ। ପରେ ଯୁବକମାନେ ଏବିଷୟରେ ପୁଲିସକୁ ନ ଜଣାଇବା ପାଇଁ ଧମକ ଦେଇଥିଲେ। ପରେ ତିନି ରାଉଣ୍ତ ଫାଙ୍କା ଗୁଳି ଚାଳନା କରି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ପରିବାର ଲୋକେ ୪ଜଣଙ୍କୁ ପ୍ରଥମେ ଖଲ୍ଲିକୋଟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ଏନେଇ ପରିବାର ପରିବାର ଲୋକେ ଖଲ୍ଲିକୋଟ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ପୂର୍ବ ଶତ୍ରୁତାକୁ ନେଇ ଏଭଳି ଆକ୍ରମଣ ହୋଇଥିବା ଅନୁମାନ କରାଯାଉଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ତିନିଜଣ ଯୁବକଙ୍କୁ ଆଜି ସକାଳେ ପୁଲିସ ଥାନାରେ ଅଟକ ରଖି ପଚରାଉଚରା କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!