Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସପ୍ତମ ଶ୍ରେଣୀ ନାବାଳିକା ଗର୍ଭବତୀ ଘଟଣା: ଆଖି ବୁଜିଲେ ମାଆ ଓ ନବଜାତ ଶିଶୁ

by ସଞ୍ଜୟ ସ୍ୱାଇଁ
October 7, 2022
in Crime, State
ସପ୍ତମ ଶ୍ରେଣୀ ନାବାଳିକା ଗର୍ଭବତୀ ଘଟଣା: ଆଖି ବୁଜିଲେ ମାଆ ଓ ନବଜାତ ଶିଶୁ
136
VIEWS
Share on FacebookShare on Twitter

ଜି.ଉଦୟଗିରି, (ବାଘୁଆବାର୍ତ୍ତା): ଜି.ଉଦୟଗିରି ବେଲଘର ଥାନା ସାପେରି ଗ୍ରାମର ନାବାଳିକା ଗର୍ଭବତୀ ଘଟଣା। ଗୁରୁବାର ଜି. ଉଦୟଗିରି ମେଡ଼ିକାଲରେ ଆଖି ବୁଜିଲେ ଉଭୟ ନବଜାତ ଶିଶୁପୁତ୍ର ଏବଂ ନାବାଳିକା। ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କଲା ପୋଲିସ। କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଳକ ବେଲଘର ଥାନା ଅନ୍ତର୍ଗତ ଏକ ଆବାସିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣା ଗତ ମାସ ୨୩ ତାରିଖରେ ଜଣା ପଡିଥିଲା। ଏନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବେଲଘର ଥାନାରେ ଏତଲା ଦେଇଥିଲେ। ଏହା ପରେ ଜିଲ୍ଲା ଶିଶୁ ମଙ୍ଗଳ ସମିତି ପକ୍ଷରୁ ନାବାଳିକାଙ୍କୁ ଜି ଉଦୟଗିରି ସୁଭଦ୍ରା ମହତାବ ଶିଶୁ ଯତ୍ନ ଗୃହରେ ଥଇଥାନ କରାଯାଇଥିଲା। ଗତକାଲି ରାତିରେ ନାବାଳିକାଙ୍କର ପ୍ରସବ ବେଦନା ହୋଇଥିଲା। ତାଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେ ଏକ ମୃତ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। କମ୍ ବୟସରେ ଛାତ୍ରୀ ଜଣକ ପ୍ରସବ କରିବାରୁ ତାଙ୍କର ସ୍ଵାସ୍ଥ୍ୟାବସ୍ଥା ବିଗିଡ଼ିଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ନାବାଳିକା ଜଣଙ୍କ ଆଖି ବୁଜିଥିଲେ। ଏହି ଘଟଣା ପରେ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି। ନାବାଳିକାଙ୍କ ବାପା ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ଜି. ଉଦୟଗିରି ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଘଟଣାର ସଠିକ୍ ତଦନ୍ତ କରାଯାଇ ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବୀ କରିଛନ୍ତି। ଅପରପକ୍ଷରେ ଜିଲ୍ଲା ମଙ୍ଗଳ ଅଧିକାରୀ ସୀମାଞ୍ଚଳ ବେହେରା କହିଛନ୍ତି ଯେ, ନାବାଳିକାଙ୍କ ଚିକିତ୍ସାରେ କୌଣସି ଅବହେଳା କରାଯାଇ ନାହିଁ। ଘଟଣାର ଅନୁଧ୍ୟାନ କରି ପରବର୍ତ୍ତୀ ପଦକ୍ଷେପ ନିଆଯିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!