Wednesday, July 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ମିଳିଲା ୨ ଟି ମୃତଦେହ

by ସଞ୍ଜୟ ସ୍ୱାଇଁ
September 3, 2021
in Crime, State
୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ମିଳିଲା ୨ ଟି ମୃତଦେହ
60
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ମିଳିଲା ୨ ଟି ମୃତଦେହ। ୨ ମୃତକଙ୍କ ମଧ୍ୟରୁ ଜଣଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏହା ଦୁର୍ଘଟଣାଜନିତ ମୃତ୍ୟୁ ନୁହେଁ ବୋଲି ଅଭିଯୋଗ ଆଣିଛନ୍ତି ପରିବାର ଲୋକ। ପ୍ରେମ ବ୍ୟାପାରରୁ ଯୁବତୀଙ୍କ ପରିବାର ଲୋକ ଏପରି କାଣ୍ଡ ଘଟାଇଥିବା ସାଂଘାତିକ ଅଭିଯୋଗ ଆଣିଛନ୍ତି ପରିବାର ଲୋକ। ଏପରି ଏକ ଅଭାବନୀୟ ଘଟଣା ଆଜି ସକାଳୁ ଯାଜପୁର ଜିଲ୍ଲା ମଧ୍ୟ ଦେଇ ଯାଇଥିବା ଘଐ ୧୬ ଜାତୀୟ ରାଜପଥର ପାଣିକୋଇଲି ଟୋଲ ଗେଟ ନିକଟରେ ଦେଖିବାକୁ ମିଳିଛି। ଜାତୀୟ ରାଜପଥର ଗୋଟିଏ ପାର୍ଶ୍ୱରେ ମରାମତି କାମ ଚାଲୁଥିବା ଯୋଗୁ ଉକ୍ତ ରାସ୍ତାଟି ବନ୍ଦ ରହିଥିଲା। ଉକ୍ତ ରାସ୍ତାରେ ଆଜି ସକାଳୁ ୨ ମୃତଦେହ ଓ ତା’ ନିକଟରେ ଏକ ବାଇକ୍‌ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ୨ ମୃତକଙ୍କ ମଧ୍ୟରେ ଜଣେ ନିକଟସ୍ଥ ଜନହା ଗ୍ରାମର ବିଜୟ ସାହୁ ବୋଲି ଜଣାପଡିଛି। ବିଜୟଙ୍କ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚି ଏହା ଦୁର୍ଘଟଣାଜନିତ ମୃତ୍ୟୁ ନୁହେଁ ବୋଲି କହିଛନ୍ତି। ତାଙ୍କ ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ବିଜୟ ନିକଟସ୍ଥ ଗାଁର ଜଣେ ଯୁବତୀଙ୍କୁ ଭଲ ପାଉଥିଲେ। ଗତ ରାତିରେ ପୁଅ ଘରୁ କୁଆଡେ ଯାଇଥିବା ବେଳେ ଆଉ ଘରକୁ ଫେରି ନ ଥିଲା। ଯୁବତୀଙ୍କ ପରିବାର ଲୋକ ଆକ୍ରୋଶ ରଖି ତାଙ୍କୁ ଡକାଇଥିବା ପରିବାର ଲୋକ କହିଛନ୍ତି। ଏହାପରେ ତାଙ୍କୁ ଅନ୍ୟତ୍ର ହତ୍ୟା କରି ଜାତୀୟ ରାଜପଥରେ ମୃତଦେହ ଫୋପାଡ଼ି ଦେଇଥିବା ସେମାନେ ଅଭିଯୋଗ କରିଛନ୍ତି। ପୁଲିସ୍‌ ବ୍ୟବଚ୍ଛେଦ ପାଇଁ ମୃତଦେହ ପଠାଇ ତଦନ୍ତ ଆରମ୍ଭ କରିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!