Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେଆଇନ ବାଲି ଚୋରା ଚାଲାଣ ରୋକିବାକୁ ଚଢ଼ାଉ ବେଳେ ବାଲି ମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ଓ ଆରଆଇ ରକ୍ତାକ୍ତ

by ସଞ୍ଜୟ ସ୍ୱାଇଁ
October 17, 2022
in Crime, State
ବେଆଇନ ବାଲି ଚୋରା ଚାଲାଣ ରୋକିବାକୁ ଚଢ଼ାଉ ବେଳେ ବାଲି ମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ଓ ଆରଆଇ ରକ୍ତାକ୍ତ
63
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ବେଆଇନ ବାଲି ଚୋରା ଚାଲାଣ ରୋକିବାକୁ ଚଢ଼ାଉ ବେଳେ ଅତିରିକ୍ତ ତହସିଲଦାର ଓ ଆରଆଇଙ୍କୁ ଆକ୍ରମଣ। ବାଲି ମାଫିଆଙ୍କ ଆକ୍ରମଣରେ ରକ୍ତାକ୍ତ ହୋଇ ଅତିରିକ୍ତ ତହସିଲଦାର ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଆଗଲପୁରରେ ଏହି ଘଟଣା ଘଟିଛି। ଗତକାଲି ରାତି ୧୨ଟାରେ ବାଲି ଚୋରାଚାଲାଣ ହେଉଥିବା ନେଇ ଖବର ପାଇଥିଲେ ଅତିରିକ୍ତ ତହସିଲଦାର ପ୍ରଭାକର ପ୍ରଧାନ। ପରେ ସ୍ଥାନୀୟ ଆରଆଇ ସୁଶାନ୍ତ ପଟେଲଙ୍କ ସହିତ ମିଶି ବାଲି ବୋଝେଇ ଟ୍ରାକ୍ଟରକୁ ପିଛା କରିଥିଲେ। ଏହି ଟ୍ରାକ୍ଟର ଆଗଲପୁରର ଏକ ପଡାର ହିଂମାଶୁ ବାଗଙ୍କ ଘର କ୍ୟାମ୍ପସ ଭିତରେ ପସି ଯାଇଥିଲା। ତେଣୁ ହିଂମାଶୁଙ୍କ ଘର ଉପରେ ଅତିରିକ୍ତ ତହସିଲଦାର ଚଢ଼ାଉ କରିଥିଲେ। ଏହି ସମୟରେ ହିଂମାଶୁ ବାଗ ଓ ତାଙ୍କ ପରିବାର ସଦସ୍ୟଙ୍କ ସମେତ କିଛି ସ୍ଥାନୀୟ ବାସିନ୍ଦା ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ କରିଥିଲେ। ଅତିରିକ୍ତ ତହସିଲଦାରଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିବା ବେଳେ ଆରଆଇ ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ। ଖୁବ୍ କଷ୍ଟରେ ସେମାନେ ଘଟଣାସ୍ଥଳରୁ ଖସି ଆସିବା ପରେ ଏନେଇ ଆଜି ଲୋଇସିଂହା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଆଗଲପୁର ତହସିଲଦାର ସୁଚିତା ପୁଷ୍ପାଙ୍କ ଉପସ୍ଥିତିରେ ଏତଲା ଦିଆଯାଇଥିଲା। ଲୋଇସିଂହା ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପ୍ରବଳ ମାଡ଼ରେ ଅତିରିକ୍ତ ତହସିଲଙ୍କ ମୁହଁ ଫାଟି ଯାଇଛି। ତେବେ ବାଲି ମାଫିଆଙ୍କ ଏଭଳି ଦାଦାଗିରି ଏବେ ଆଲୋଚନାର ବିଷୟ ହୋଇଛି। ଏନେଇ ପୁଲିସର ପ୍ରତିକ୍ରିୟା ମିଳିପାରିନି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!