Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖାଇବା ପରଷିବାରେ ବିଳମ୍ବ କଲେ ଦୋକାନୀ, ବ୍ଲେଡରେ ଆଟାକ୍‌ କଲେ ଗ୍ରାହକ

by ସଞ୍ଜୟ ସ୍ୱାଇଁ
October 18, 2022
in Crime, State
ଖାଇବା ପରଷିବାରେ ବିଳମ୍ବ କଲେ ଦୋକାନୀ, ବ୍ଲେଡରେ ଆଟାକ୍‌ କଲେ ଗ୍ରାହକ
64
VIEWS
Share on FacebookShare on Twitter

କେନ୍ଦ୍ରାପଡ଼ା, (ବାଘୁଆବାର୍ତ୍ତା): ଖାଇବା ପରଷିବାରେ ବିଳମ୍ବ କରିଦେଲେ ଦୋକାନୀ। ଏଥିରେ ତାତିଗଲେ ଗ୍ରାହକ । ଆଉ ସିଧାସଳଖ କଲେ ଆକ୍ରମଣ । ଫାଷ୍ଟ ଫୁଡ ଦୋକାନୀଙ୍କ ବେକକୁ ବ୍ଲେଡରେ ଆକ୍ରମଣ କଲେ ଗ୍ରାହକ। ଏଥିରେ ଦୋକାନୀଜଣକ ଗୁରୁତର ହୋଇ ପଡ଼ିଥିବା ବେଳେ ତାଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଏପରି ଅଭାବନୀୟ ଓ ଲୋମଟାଙ୍କୁରା ଘଟଣା କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଯୁଣ ଛକରେ ଘଟିଛି। ଗତ କାଲି ବିଳମ୍ବିତ ରାତ୍ରୀରେ ଜୁଣ ଛକରେ ଗଜଲକ୍ଷ୍ମୀ ପୂଜା କମିଟି ତରଫରୁ ମେଲୋଡି ଚାଲିଥିଲା । କିଛି ଯୁବକ ମେଲୋଡି ଦେଖି ସରିବା ପରେ ନିକଟରେ ଥିବା ଫାଷ୍ଟ୍ ଫୁଡ୍ ଦୋକାନକୁ ଖାଇବାକୁ ଯାଇଥିଲେ। ସେଠାରେ ସେମାନେ ଅର୍ଡର ଦେଇଥିବା ବେଳେ ଖାଦ୍ୟ ପହଞ୍ଚିବାରେ ବିଳମ୍ବ ହୋଇଥିଲା। ଏହାକୁ ନେଇ ସେମାନେ ଦୋକାନୀଙ୍କୁ ଗାଳିଗୁଲଜ କରିଥିଲେ । ହେଲେ ଘଟଣା ଧୀରେ ଧୀରେ ଉଗ୍ର ରୂପ ନେବାରୁ ଜଣେ ଯୁବକ ଫାଷ୍ଟ ଫୁଡ୍ ଦୋକାନୀ ଆକାଶ ବେହେରା ବେକକୁ ବ୍ଲେଡରେ ଆକ୍ରମଣ କରିଦେଇଥିଲେ। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଗୁରୁତର ଆକାଶଙ୍କୁ ଉଦ୍ଧାର କରି ପ୍ରଥମେ ମାର୍ଶାଘାଇ ମେଡିକାଲରେ ଭର୍ତ୍ତି କରିଥିଲା। ମାତ୍ର ସେଠାରେ ଅବସ୍ଥାରେ ସୁଧାର ନ ଆସିବାରୁ ତାଙ୍କ କେନ୍ଦ୍ରାପଡ଼ା ଓ ପରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ଜଣକୁ ଅଟକ ରଖିଛି ପୁଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!