Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୀପାବଳି ପୂର୍ବରୁ ୧୦ଲକ୍ଷ ଟଙ୍କାର ବାଣ ଜବତ, ୪ ଗିରଫ

by ସଞ୍ଜୟ ସ୍ୱାଇଁ
October 20, 2022
in Crime, State
ଦୀପାବଳି ପୂର୍ବରୁ ୧୦ଲକ୍ଷ ଟଙ୍କାର ବାଣ ଜବତ, ୪ ଗିରଫ
52
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଆଗକୁ ଦୀପାବଳି ଆସୁଥିବା ବେଳେ ବେଆଇନ ବାଣ ଗୋଦାମ ଉପରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିଛି ପୁଲିସ। ଏହି ଘଟଣାରେ ପୁଲିସ ୪ଜଣଙ୍କୁ ଗିରଫ କରିଛି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ପାଟପୁର ଅଞ୍ଚଳରେ। ଅଭିଯୁକ୍ତମାନେ ହେଲେ ପୋଡାମାରି ଗାଁର ପି.ପ୍ରଶାନ୍ତ କୁମାର ସୁବୁଦ୍ଧି, ଏ.ସିମାଞ୍ଚଳ ପାତ୍ର, ସନ୍ତୋଷ କୁମାର ପାଢ଼ୀ, ଡେଙ୍ଗାଓସ୍ତା ଗାଁର ୟୁ.ଭଗବାନ ପାତ୍ର। ଡେଙ୍ଗାଓସ୍ତା ଓ ପୋଡାମାରି ଗାଁରେ ବେଆଇନ ବାଣ ଗୋଦାମ ଚାଲିଥିବା ପାଟପୁର ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ଗତକାଲି ପାଟପୁର ପୁଲିସ ବେଆଇନ ବାଣ ଗୋଦାମ ଉପରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିଥିଲା। ଜବତ ବାଣର ଆନୁମାନିକ ମୂଲ୍ୟ ପ୍ରାୟ ୧୦ଲକ୍ଷରୁ ଅଧିକ ଟଙ୍କା ହେବ। ଖବର ମିଳିଲେ ବେଆଇନ ବାଣ ଗୋଦାମ ଉପରେ ଆଗାମୀ ଦିନରେ ଚଢ଼ାଉ ଜୋରଦାର କରାଯିବ ବୋଲି ପାଟପୁର ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ ସୂଚନା ଦେଇଛନ୍ତି। ଚଢ଼ାଉ ସମୟରେ ସାନଖେମୁଣ୍ଡି ତହସିଲଦାର ଡ଼ଃ ଶ୍ରୀନିବାସ ବେହେରା ମଧ୍ୟ ସାମିଲ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!