Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱାମୀକୁ ରାତି ଅଧରେ ଧାରୁଆ ଅସ୍ତ୍ରରେ ହାଣି ସ୍ତ୍ରୀ ଫେରାର

by ସଞ୍ଜୟ ସ୍ୱାଇଁ
October 22, 2022
in Crime, State
ସ୍ୱାମୀକୁ ରାତି ଅଧରେ ଧାରୁଆ ଅସ୍ତ୍ରରେ ହାଣି ସ୍ତ୍ରୀ ଫେରାର
127
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ଯାହାପାଇଁ ଶଙ୍ଖା ସିନ୍ଦୁର ପିନ୍ଧୁଥିଲା। ନବବଧୂ ବେଶରେ ସଜେଇ ହେଉଥିଲା। କୌଣସି କଥା ପାଇଁ ସେହି ସ୍ୱାମୀକୁ ରାତି ଅଧରେ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲା ସ୍ତ୍ରୀ। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ଅନ୍ତର୍ଗତ ମହିପୁର ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଦିବ୍ୟ ସିଂ ଭୋଇ। ଘଟଣା ପରେ ଅଭିଯୁକ୍ତ ସ୍ତ୍ରୀ ଯଶୋଦା ଭୋଇ ଫେରାର ହୋଇଯାଇଛି। ଦିବ୍ୟଙ୍କୁ ୪୦ ବର୍ଷ ହୋଇଥିଲା। ଗତକାଲି ରାତିରେ ଦିବ୍ୟ ଘରେ ଶୋଇଥିଲେ। ଏହି ସମୟରେ ଯଶୋଦା ଏକ ଧାରୁଆ ଅସ୍ତ୍ର ଆଣି ଦିବ୍ୟଙ୍କୁ ହାଣି ହତ୍ୟା କରିଥିଲେ। ଦିବ୍ୟଙ୍କ ଚିତ୍କାର ଶୁଣି ପରିବାର ଲୋକ ଉଠି ପଡ଼ିଥିଲେ। ଯଶୋଦା ଦିବ୍ୟ ଶୋଇଥିବା ରୁମ୍‌ରୁ ବାହାରକୁ ଦୌଡ଼ି ପଳାଇଥିଲେ। ଦିବ୍ୟଙ୍କ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ପରିବାର ଲୋକେ ଦେଖି ତାଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଦିବ୍ୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଘଟଣାପରେ ଯଶୋଦା ଫେରାର ହୋଇଯାଇଥିଲେ। କେଉଁ କାରଣ ପାଇଁ ଯଶୋଦା ଦିବ୍ୟଙ୍କୁ ହତ୍ୟା କଲେ ଜଣାପଡ଼ିନାହିଁ। ପୁଲିସ ମୃତଦେହକୁ ଜବତ କରି ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!