Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱାମୀର କଟୁରୀ ଚୋଟରେ ସ୍ତ୍ରୀ ମୃତ

by ସଞ୍ଜୟ ସ୍ୱାଇଁ
October 23, 2022
in Crime, State
ସ୍ୱାମୀର କଟୁରୀ ଚୋଟରେ ସ୍ତ୍ରୀ ମୃତ
84
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ସ୍ବାମୀର କଟୁରି ଚୋଟରେ ସ୍ତ୍ରୀର ମୃତ୍ୟୁ । ସାମାନ୍ୟ ପାରିବାରିକ କଳହରୁ ବିଭତ୍ସ ହତ୍ୟାକାଣ୍ଡ । ସେରଙ୍ଗ ଥାନା ଅନ୍ତର୍ଗତ ବାଇଝଲ ନିକଟ କୁଣ୍ଡିଡା ଗ୍ରାମରେ ଏଭଳି ହତ୍ୟାକାଣ୍ଡ ଘଟିଛି । ପାରିବାରିକ କଳହରେ ସ୍ବାମୀ-ସ୍ତ୍ରୀର ସାଧାରଣ ବଚସାରୁ ସ୍ବାମୀ ନେଇଗଲା ସ୍ତ୍ରୀର ଜୀବନ । ଝିଅର ସ୍ବାସ୍ଥ୍ୟ ଖରାପ ଥିବାରୁ ମା ଚିକିତ୍ସା ପାଇଁ ହସ୍ପିଟାଲକୁ ନେବାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଉତକ୍ଷିପ୍ତ ହୋଇ ସ୍ତ୍ରୀ ଗୁଡି ଉପରେ ଆକ୍ରମଣ କରିଥିଲା ସ୍ବାମୀ ଇଲାନ । ଭୟରେ ଘରୁ ବାହାରକୁ ଦୈାଡି ପଳାଇଥିଲେ ସ୍ତ୍ରୀ। ତାପରେ କଟୁରି ଧରି ଗୋଡାଇ ଗୋଡ଼ାଇ ରାସ୍ତା ଉପରେ ନିଜ ସ୍ତ୍ରୀକୁ ହାଣିଦେଲା ଅଭିଯୁକ୍ତ ଇଲାନ । ଘଟଣା ସମୟରେ ଉପସ୍ଥିତ ଥିବା ପୁଅ ଝିଅ ଅବାକ ହୋଇ ରହିଯାଇଥିଲେ । ମାଆ ରାସ୍ତା ଉପରେ ଟଳି ପଡ଼ିବା ଦେଖି ଦୌଡି ଯାଇ ପୁଅ ଆକାଶ ଗ୍ରାମବାସୀଙ୍କ ସହଯୋଗ ଲୋଡିଥିଲା । ହେଲେ ଗ୍ରାମବାସୀ ପହଞ୍ଚିବା ବେଳକୁ ମାର ପ୍ରାଣବାୟୁ ଉଡି ଯାଇଥିଲା। ଗ୍ରାମବାସୀଙ୍କ ଠାରୁ ଖବର ପାଇ ପୋଲିସ ପହଞ୍ଚି ସେଠାରେ ପଡି ରହିଥିବା କଟୁରିକୁ ଜବତ କରିବା ସହ ମୃତଦେହକୁ ବ୍ୟବଛେଦ ନିମନ୍ତେ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଥିଲା । ପୋଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ପ୍ରାଥମିକ ତଦନ୍ତରୁ ପାରିବାରିକ କଳହରୁ ହତ୍ୟାକାଣ୍ଡ ଘଟିଥିବା କହିଛନ୍ତି ସେରଙ୍ଗ ଥାନା ଅଧିକାରୀ ଅଶୋକ କୁମାର ହାଂସଦା । କ୍ରୋଧରେ ସ୍ତ୍ରୀର ଜୀବନ ନେଇ ଭୟରେ ଘଟଣା ସ୍ଥଳ ଛାଡି ଫେରାର ହୋଇଯାଇଛି ଅଭିଯୁକ୍ତ ସ୍ବାମୀ । ଅଭିଯୁକ୍ତ ଇଲାନକୁ ଧରିବା ପାଇଁ ପୋଲିସ ଏବେ ଉଦ୍ୟମ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!