କେନ୍ଦ୍ରାପଡ଼ା, (ବାଘୁଆବାର୍ତ୍ତା): କେନ୍ଦ୍ରାପଡ଼ା ଜିଲ୍ଲା ଜମ୍ବୁ ସାମୁଦ୍ରିକ ଥାନା ରାମନଗର ଅଞ୍ଚଳରେ ଜଣେ ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ଦୁଷ୍କର୍ମ ମାମଲାରେ ଚୂଡାନ୍ତ ରାୟ ପ୍ରକାଶ ପାଇଛି। ସମସ୍ତ ସାଖ୍ୟ ପ୍ରମାଣ ଆଧାରରେ ଅଭିଯୁକ୍ତକୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତକୁ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କେନ୍ଦ୍ରାପଡ଼ା ଜିଲା ଫାଷ୍ଟଟ୍ରାକ୍ ସ୍ପେଶାଲ କୋର୍ଟ । ୨୦୧୯ ନଭେମ୍ବର ୭ ତାରିଖରେ ଜମ୍ବୁ ମେରାଇନ ଥାନା ଅନ୍ତର୍ଗତ ରାମନଗର ଗାଁରେ ଘରେ ଥିବା ଜଣେ ସ୍ଵାମୀ ପରିତ୍ୟକ୍ତା ମହିଳାଙ୍କ ସହ ଦୁଷ୍କର୍ମ ହୋଇଥବା ଅଭିଯୋଗ ହୋଇଥିଲା । ଘରେ କେହିନଥିଲା ବେଳେ ଜୋର ଜବରଦସ୍ତ ଭୟଭୀତ କରି ସମ୍ପର୍କ ରଖିଥିଲେ। ଏହି ଘଟଣାରେ ପୁଲିସ ବଙ୍କିମ ମଣ୍ଡଳ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରି ମାମଲାର ତଦନ୍ତ ଆରମ୍ଭ କରିଥିଲା । ୧୫ ଜଣ ଙ୍କ ସାକ୍ଷ୍ୟ ଗ୍ରହଣ ପରେ ଆଜି ଏହି ମାମଲାର ରାୟ ପ୍ରକାଶ ପାଇଛି । ଫାଷ୍ଟ ଟ୍ରାକ୍ ସ୍ପେଶାଲ କୋର୍ଟ ଅଭିଯୁକ୍ତ ବଙ୍କିମକୁ ଦୋଷୀ ସାବ୍ୟସ୍ତ କରିବା ସହ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତିା । ସେହିପରି ଦୋଷୀକୁ ୪୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦାୟ ଅଧିକ ୬ ମାସ କାରାଦଣ୍ଡ ଭୋଗିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସରକାରୀ ଓକିଲ ସଞ୍ଜୟ ଜେନା ମାମଲା ପରିଚାଳନା କରୁଥିଲେ।





