Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ୍‌ ଚୋରି ଅଭିଯୋଗରେ ଗ୍ରାମବାସୀ ଯୁବକଙ୍କୁ ପିଟି ପିଟି ମାରିଦେଲେ

by ସଞ୍ଜୟ ସ୍ୱାଇଁ
November 7, 2022
in Crime, State
ବାଇକ୍‌ ଚୋରି ଅଭିଯୋଗରେ ଗ୍ରାମବାସୀ ଯୁବକଙ୍କୁ ପିଟି ପିଟି ମାରିଦେଲେ
103
VIEWS
Share on FacebookShare on Twitter

ବରଗଡ଼ (ବାଘୁଆବାର୍ତ୍ତା): ମାସେ ତଳେ ଚୋରି ହୋଇଥିଲା ବାଇକ୍‌ । ବାଇକ୍‌ର ପତ୍ତା ମିଳୁ ନ ଥିବା ବେଳେ ଚୋର ସନ୍ଧାନରେ ଥିଲେ ଗ୍ରାମବାସୀ । ଶେଷରେ ସିସିଟିଭି ଫୁଟେଜ ଆଧାରରେ ଜଣେ ଯୁବକଙ୍କୁ ଟେକି ଆଣିଲେ। ହେଲେ ତାଙ୍କୁ ପୁଲିସ୍‌କୁ ହସ୍ତାନ୍ତର କରିବା ବଦଳରେ ନିର୍ଧୂମ ଛେଚିଲେ । ଗ୍ରାମବାସୀଙ୍କ ଆକ୍ରମଣରେ ଲହୁଲୁହାଣ ହୋଇ ପଡ଼ିଥିବା ଯୁବକଙ୍କୁ ଡାକ୍ତର ମୃତ ଘୋଷଣା କଲେ। ଏନେଇ ପୁଲିସ୍‌ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଏପରି ଅମାନବୀୟ ଘଟଣା ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବଲିଟିକ୍ରା ଗାଁରେ ଘଟିଛି। ଗ୍ରାମବାସୀ ଆଇନ୍‌କୁ ନିଜ ହାତକୁ ନେଉଥିବାରୁ ଏପରି ସାଂଘାତିକ ପରିସ୍ଥିତି ସୃଷ୍ଟି ହେଉଥିବା ଆଲୋଚନା ହେଉଛି। ବଲିଟିକ୍ରା ଗାଁର ରାଜେଶ ଭୋଇ ନାମକ ଜଣେ ବ୍ୟକ୍ତିଙ୍କ ବାଇକ୍‌ ଗତ ମାସ ୨୭ ତାରିଖରେ ଚୋରି ହୋଇଥିଲା । ଏନେଇ ବରପାଲି ଫାଣ୍ଡିରେ ଏକ ଚୋରି ମାମଲା ରୁଜୁ ହୋଇଥିଲା । ତେବେ ସିସିଟିଭି ଫୁଟେଜ ଆଧାରରେ ସୋନପୁର ଜିଲା ରାମପୁର ଥାନା ଅନ୍ତର୍ଗତ ଗଜବନ୍ଦ ଗାଁର ଯୋଗେଶ୍ୱର ମେହେର ନାମକ ଯୁବକ ଉକ୍ତ ବାଇକ୍‌ ଚୋରି କରି ନେଇଥିବା ଜଣାପଡ଼ିଥିଲା। ବହୁ ଖୋଜା ଖୋଜି ପରେ ଗତ କାଲି ଯୋଗେଶ୍ୱରଙ୍କୁ କାବୁ କରି ରାଜେନ୍ଦ୍ର ଭୋଇ ଓ କିଛି ଲୋକ ନିସ୍ତୁକ ମାଡ଼ ମାରିଥିଲେ । ଖବର ପାଇ ମୁମୁର୍ଷ ଅବସ୍ଥାରେ ପୁଲିସ୍‌ ତାଙ୍କୁ ଉଦ୍ଧାର କରି ବରପାଲି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପରିବାର ଲୋକେ ପହଞ୍ଚି ବରପାଲି ଥାନାରେ ଲିଖିତ ଅଭିଯୋଗ କରିଥିବା ବେଳେ ଏନେଇ ଏକ ହତ୍ୟା ମାମଲା ରୁଜୁ ହୋଇଛି। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ କାହାକୁ ଗିରଫ କରିନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!