Tuesday, July 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୂତୀ ଚାନ୍ଦଙ୍କ ବ୍ୟକ୍ତିଗତ ଜୀବନକୁ ଆକ୍ଷେପମୂଳକ ମନ୍ତବ୍ୟକୁ ନେଇ କୋର୍ଟ ଚାଲାଣ ହେଲେ ସାମ୍ବାଦିକ ସୁଧାଂଶୁ ରାଉତ

by ସଞ୍ଜୟ ସ୍ୱାଇଁ
September 4, 2021
in Crime, State
ଦୂତୀ ଚାନ୍ଦଙ୍କ ବ୍ୟକ୍ତିଗତ ଜୀବନକୁ ଆକ୍ଷେପମୂଳକ ମନ୍ତବ୍ୟକୁ ନେଇ କୋର୍ଟ ଚାଲାଣ ହେଲେ ସାମ୍ବାଦିକ ସୁଧାଂଶୁ ରାଉତ
134
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୱେବ୍ ଚ୍ୟାନେଲରେ ଧାବିକା ଦୂତୀ ଚାନ୍ଦଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଆକ୍ଷେପମୂଳକ ମନ୍ତବ୍ୟକୁ ନେଇ ଗିରଫ ସାମ୍ବାଦିକ ସୁଧାଂଶୁ ଶେଖର ରାଉତଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଛି। ଏଥିନେଇ ୭ ଦିନ ରିମାଣ୍ଡରେ ନେବା ଲାଗି ପୁଲିସ ଆବେଦନ କରିଛି। ଗତକାଲି ୱେବ ଚ୍ୟାନେଲର ସମ୍ପାଦକ ସୁଧାଂଶୁଙ୍କୁ ଗିରଫ କରାଯାଇଥିଲା। ଆଜି ସଂପୃକ୍ତ ସାମ୍ବାଦିକଙ୍କ ସହଯୋଗୀ ଗିରଫ ହୋଇଛନ୍ତି। ବ୍ୟକ୍ତିଗତ ଜୀବନକୁ ଆକ୍ଷେପ କରି ମାନସିକ ନିର୍ୟାତନା ଦେଉଥିବା ନେଇ ଅଲିମ୍ପିଆନ୍ ଦୂତୀ ଚାନ୍ଦ ଏକ ୱେବ ଚ୍ୟାନେଲ ବିରୋଧରେ ଆଣିଥିଲେ ସାଂଘାତିକ ଅଭିଯୋଗ । ଏହି ଅଭିଯୋଗ କ୍ରମେ ଗତକାଲି ପୁଲିସ୍‌ ଉକ୍ତ ୱେବ୍‌ ଚ୍ୟାନେଲର ସଂପାଦକଙ୍କୁ ଗିରଫ କରିଥିବା ବେଳେ ଆଜି ଉକ୍ତ ଚ୍ୟାନେଲର ଜଣେ ରିପୋର୍ଟରଙ୍କୁ ଗିରଫ କରିଛି। ଗତକାଲି ୱେବ ଚ୍ୟାନେଲର ସମ୍ପାଦକ ସୁଧାଂଶୁ ଶେଖର ରାଉତ ଗିରଫ ହୋଇଥିବା ବେଳେ ଆଜି ଗିରଫ ରିପୋର୍ଟର ହେଉଛନ୍ତି ସ୍ମୃତିରଂଜନ ବେହେରା । ଉଭୟଙ୍କ ଗିରଫଦାରୀ ନେଇ ପୁଲିସ୍‌ ପକ୍ଷରୁ ସୂଚନା ମିଳିଛି। ସୂଚନାଯୋଗ୍ୟ, ଦୂତୀ ଚାନ୍ଦଙ୍କ ଏତଲା କ୍ରମେ ଗତକାଲି ଏକ ୱେବ୍‌ ଚ୍ୟାନେଲର ସଂପାଦକ ସୁଧାଂଶୁ ଶେଖର ରାଉତଙ୍କୁ ତାଙ୍କ ଝାରପଡ଼ା ସ୍ଥିତ ଅଫିସ୍‌ରୁ ଉଠାଇ ନେଇଥିଲା ପୁଲିସ୍‌। ସୁଧାଂଶୁଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରାଯାଇଥିବା ବେଳେ ପରେ ତାଙ୍କୁ ଗିରଫ କରାଯାଇଥିଲା। ଏଥିସହ ତାଙ୍କ ଅଫିସରୁ କମ୍ପ୍ୟୁଟର ଓ ଅନ୍ୟାନ୍ୟ କିଛି ଜିନିଷ ଜବତ କରାଯାଇଥିବା ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ସୂଚନା ଦେଇଥିଲେ। ଏହି ଘଟଣାରେ ଆଜି ଉକ୍ତ ଚ୍ୟାନେଲର ରିପୋର୍ଟର ସ୍ମୃତିରଂଜନ ବେହେରାଙ୍କୁ ଗିରଫ କରାଯାଇଛି। ଦୂତୀ ଅଭିଯୋଗ କରିଥିଲେ ଯେ ,ସେ ପରିଶ୍ରମ କରି ଯେଉଁ ମାନ-ସମ୍ମାନ ଅର୍ଜନ କରିଛନ୍ତି, ତାକୁ କେତେକ କୁଚକ୍ରି ଗୋଷ୍ଠୀ ନଷ୍ଟ କରିଦେବାକୁ ଚେଷ୍ଟା କରୁଛନ୍ତି। ସୁଧାଂଶୁ ଶେଖର ରାଉତ ପ୍ରତି ମୁହୂର୍ତ୍ତରେ ତାଙ୍କ ପରିବାର ଲୋକଙ୍କ ଉପରେ ଚାପ ପକାଇ ତାଙ୍କ ବିରୋଧରେ ବିବାଦୀୟ ଖବର ପରିବେଷଣ କରୁଛନ୍ତି। ସେ ଆହୁରି କହିଛନ୍ତି ଯେ ଟୋକିଓରେ ଖେଳ ଉପରେ ଫୋକ୍‌ସ କରୁଥିବା ବେଳେ ସୁଧାଂଶୁ ଶେଖର ରାଉତ ତାଙ୍କୁ ମାନସିକ ନିର୍ୟାତନା ଦେଉଥିଲେ। ବ୍ଲାକ୍‌ମେଲିଂ କରୁଥିଲେ। ସୁଧାଂଶୁଙ୍କ ସହିତ ସେ ସୂଚନା କର୍ମୀ ପ୍ରଦୀପ ପ୍ରଧାନଙ୍କ ବିରୋଧରେ ମଧ୍ୟ ମହିଳା ଥାନାରେ ଏତଲା ଦେଇଛନ୍ତି। ଉଭୟ ସୁଧାଂଶୁ ଓ ପ୍ରଦୀପଙ୍କ ବିରୋଧରେ ସେ କୋର୍ଟରେ ୫ କୋଟି ଟଙ୍କାର ମାନହାନି ମକଦ୍ଦମା କରିଛନ୍ତି। ଗତକାଲି ସୁଧାଂଶୁ ତାଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ଖଣ୍ଡନ କରିଥିଲେ। ସେ କହିଥିଲେ, ଦୂତୀ ଅଲମ୍ପିକ୍ସରେ ହାରିବା ପରେ ତାଙ୍କ ଭଉଣୀ ପ୍ରତିକ୍ରିୟା ଦେଇଥିଲେ। ତାକୁ ନେଇ ଆମେ ଖବର ପ୍ରସାରଣ କରିଥିଲୁ। ଏକ ଦାୟିତ୍ୱବାନ ୱେବ୍‌ ଚ୍ୟାନେଲ୍ ହିସାବରେ ଆମେ ତାଙ୍କ ପ୍ରତିକ୍ରିୟା ଚାହିଁଥିଲୁ। କିନ୍ତୁ ପ୍ରତିକ୍ରିୟା ବଦଳରେ ସେ ଏକ ଲକ୍ଷ ଟଙ୍କା ଚାନ୍ଦା ମାଗିବାର ସାଙ୍ଘାତି ଅଭିଯୋଗ ଲଗାଇଲେ। ସେହିପରି ପ୍ରଦୀପ ପ୍ରଧାନ କହିଥିଲେ ଯେ ସେ ଦୂତୀଙ୍କ ବିରୋଧରେ ସେମିତି କିଛି ମାନହାନି ସୂଚନକ ମନ୍ତବ୍ୟ ଦେଇ ନାହାନ୍ତି। କେବଳ ଅଲିମ୍ପିକ୍ସରେ ତାଙ୍କର ପ୍ରଦର୍ଶନ ଭଲ ହୋଇନଥିବାରୁ ସୋଶାଲ୍‌ ମିଡିଆ ଆଲୋଚନା କରିଥିଲେ। ଏନେଇ ବହୁ ଲୋକ ବହୁ କମେଣ୍ଟ ଦେଇଥିଲେ। ଆଉ ମୁଁ ମଧ୍ୟ ଦେଇଥିଲି ବୋଲି ସେ କହିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!