Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସ୍ଆଇଟି ସ୍କାନରରେ ଅର୍ଚ୍ଚନା ନାଗ

by ସଞ୍ଜୟ ସ୍ୱାଇଁ
November 11, 2022
in Crime, State
ଏସ୍ଆଇଟି ସ୍କାନରରେ ଅର୍ଚ୍ଚନା ନାଗ
104
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଲେଡି ବ୍ଲାକମେକର ଅର୍ଚ୍ଚନା ନାଗଙ୍କ କଳା କାରନାମାର ଗୁମର ଫିଟାଇବାକୁ ଇଡି ଏବେ ତନାଘନା ଚଳାଇଛି। ଏପରି ସମୟରେ ଏସ୍ଆଇଟି ସ୍କାନରକୁ ଚାଲି ଆସିଛନ୍ତି ଅର୍ଚ୍ଚନା ନାଗ । ନାଗଙ୍କ ବେଆଇନ୍ ଅର୍ଥ କାରବାର ମାମଲାର ରିପୋର୍ଟ ଇଡିକୁ ମାଗିଛି ଏସ୍ଆଇଟି । ଆସନ୍ତା ୧୩ ତାରିଖରେ ଦିଲ୍ଲୀରେ ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ବସିବ ଏସ୍ଆଇଟି ବୈଠକ । ଉକ୍ତ ବୈଠକରେ ଅର୍ଚ୍ଚନାଙ୍କ ବେଆଇନ୍ ଅର୍ଥ କାରବାର ଉପରେ ଆଲୋଚନା ହେବ ବୋଲି ସୂଚନା ମିଳିଛି । ହନିଟ୍ରାପରେ ବଡ଼ବଡ଼ିଆଙ୍କୁ ଫଶାଇ କୋଟି କୋଟି ଟଙ୍କା ରୋଜଗାର କରିଥିବା ଲେଡି ବ୍ଲାକମେକର ଅର୍ଚ୍ଚନା ନାଗଙ୍କ ଅସୁବିଧା ଦିନକୁ ଦିନ ବଢ଼ିବାରେ ଲାଗିଛି। ଜଣେ ଯୁବତୀ ତଥା ଓଡ଼ିଆ ଫିଲ୍ମ ପ୍ରଡ୍ୟୁସରଙ୍କ ଅଭିଯୋଗକ୍ରମେ କମିଶନରେଟ ପୁଲିସ୍‌ ଦ୍ୱାରା ବନ୍ଧା ହୋଇ ଝାରପଡ଼ା ଜେଲ୍‌ରେ ଥିବା ଅର୍ଚ୍ଚନାଙ୍କ ମାମଲାକୁ ଇଡି ନିଜ ହାତକୁ ନେଇଥିଲା। ହେଲେ ଏବେ ତାଙ୍କୁ ଘାଣ୍ଟିବାକୁ ଅଣ୍ଟା ଭିଡ଼ିଲାଣି ଏସ୍ଆଇଟି । ଅର୍ଚ୍ଚନା ନାଗ ମାମଲାରେ ଖୋଳତାଡ଼ ଆରମ୍ଭ କରିଥିବା ଇଡି ଗତକାଲି ଦିନ ସାରା ୬ଟି ସ୍ଥାନରେ ଏକକାଳୀନ ରେଡ କରିଥିଲା। । କଳାହାଣ୍ଡିର କେସିଙ୍ଗାସ୍ଥିତ ଅର୍ଚ୍ଚନାଙ୍କ ପୈତୃକ ବାସଭବନ, ଭୁବନେଶ୍ୱରସ୍ଥିତ ସତ୍ୟବିହାର କୋଠା, ଜଳେଶ୍ୱରରେ ଥିବା ଅର୍ଚ୍ଚନାଙ୍କ ଶାଶୁଘରେ ଏକକାଳୀନ ଚଢ଼ଉ କରିଛି। ଏହାବାଦ ଖଗେଶ୍ୱରଙ୍କ ଭିଙ୍ଗାରପୁର କୁରାଙ୍ଗ ଶାସନ ସ୍ଥିତ ଗଙ୍ଗେଶ୍ୱର ଘରେ, ଭୁବନେଶ୍ୱର ହଂସପାଳ ଓ ରସୁଲଗଡ଼ସ୍ଥିତ ସେକେଣ୍ଡ ହ୍ୟାଣ୍ଡ ଗାଡ଼ି ସୋ ରୁମ୍‌ରେ ବି ଚଢ଼ାଉ କରି ବିଭିନ୍ନ କାଗଜପତ୍ର ଯାଞ୍ଚ କରିଥିଲା ଇଡି। କେବଳ ସେତିକି ନୁହେଁ, ବ୍ଲାକମେଲିଂ ଅଭିଯୋଗ ଆଣି ଅର୍ଚ୍ଚନାଙ୍କ ବିରୋଧରେ ଖଣ୍ଡଗିରି ଥାନାରେ ଏତଲା ଦେଇଥିବା ପୀଡ଼ିତାଙ୍କ କଟକ ସ୍ଥିତ ବାଙ୍କି ଘରେ ମଧ୍ୟ ଇଡି ଚଢ଼ଉ କରିଛି। ତେବେ ଚଢ଼ଉ ବେଳେ କୌଣସି ସ୍ଥାନରେ ଅର୍ଚ୍ଚନା କିମ୍ବା ସ୍ୱାମୀ ଜଗବନ୍ଧୁଙ୍କ ନିକଟ ସଂପର୍କିୟଙ୍କ ପତ୍ତା ପାଇନଥିଲା ଇଡି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!