Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାବା ଆଖଣ୍ଡଳମଣିଙ୍କ ମନ୍ଦିର, ସେବାୟତଙ୍କ ଛୁରା ମାଡ଼ରେ ସେବାୟତ ଗୁରୁତର

by ସଞ୍ଜୟ ସ୍ୱାଇଁ
November 27, 2022
in Crime, State
ବାବା ଆଖଣ୍ଡଳମଣିଙ୍କ ମନ୍ଦିର, ସେବାୟତଙ୍କ ଛୁରା ମାଡ଼ରେ ସେବାୟତ ଗୁରୁତର
39
VIEWS
Share on FacebookShare on Twitter

ଆରଡି, (ବାଘୁଆବାର୍ତ୍ତା): ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ବିଶୃଙ୍ଖଳିତ ସେବାୟତଙ୍କ ଉନ୍ମତ୍ତ କାଣ୍ଡ । ଛୁରା ମାଡରେ ଜଣେ ସେବାୟତ ଗୁରୁତର । ଛୁରାମାଡ କରିଥିବା ସେବାୟତ ଥାନାରେ ଅଟକ । ମନ୍ଦିରରେ ଦୀର୍ଘଦିନ ଧରି ବିଶୃଙ୍ଖଳିତ କରିବା ସହ ମନ୍ଦିର ନିୟମକୁ ଉଲଂଘନ କରି ବେଆଇନ ଭାବେ ଆଗନ୍ତୁକ ଭକ୍ତଙ୍କୁ ପାଦୁକ ଚନ୍ଦନ ଦେଇ ଜୋରଜବରଦସ୍ତ ଭେଟି ଆଦାୟ କରି ଆସୁଥିଲେ । ଏପରି ନକରିବାକୁ ଚଳିତମାସ ୧୦ ତାରିଖରେ ମନ୍ଦିର ପ୍ରଶାସନ ପକ୍ଷରୁ କଟକଣାକୁ କଡାକଡି କରାଯିବା ସହ ଲଟକା ଜାରି କରାଯାଇଥିଲା । ହେଲେ କିଛି ସେବାୟତ ଏହି ନିୟମକୁ ମାନି ନଥିଲେ । ମନ୍ଦିର ଗର୍ଭଗୃହକୁ ଭକ୍ତ ଓ ଅଣସେବାୟତଙ୍କୁ ପ୍ରବେଶ କରାଇବା ସହ ମନ୍ଦିର ବେଢାରେ ବେଆଇନ ଭେଟି ଆଦାୟ କରିଥିଲେ । ଆଜି ୧୨ଟା ବେଳେ ଏପରି ନକରିବାକୁ କିଛି ସେବାୟତ ବାରଣ କରିବାରୁ ତପନ ପାଢୀ ଓ ତାଙ୍କ ସହଯୋଗୀ ଛୁରାମାଡ କରିଥିଲେ । ଫଳରେ ଗଦାଧର ପାଢୀ ଗୁରୁତର ଆହାତ ହୋଇ ଏବେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏପରିକି ଗତ ୨୩ରେ ୩୩ ଜଣ ବିଶୃଙ୍ଖଳିତ ସେବାୟତଙ୍କ ନାଁରେ ମନ୍ଦିର ପ୍ରଶାସନ ପକ୍ଷରୁ ଧୁଷୁରୀ ଥାନାରେ ଏତଲା କରାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!