Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାକ୍ତର ଶୁଭଶ୍ରୀ କର ମୃତ୍ୟୁ ମାମଲାର ଆସିଲା ପୋଷ୍ଟମର୍ଟମ ରିପୋର୍ଟ

by ସଞ୍ଜୟ ସ୍ୱାଇଁ
January 3, 2023
in Crime, State
ମହିଳା ଡାକ୍ତରଙ୍କ ମୃତଦେହ ଉଦ୍ଧାର
394
VIEWS
Share on FacebookShare on Twitter

ବଡବିଲ, (ବାଘୁଆବାର୍ତ୍ତା): ଯୋଡା ଡାକ୍ତରାଣୀ ଶୁଭଶ୍ରୀ କର ମୃତ୍ୟୁ ମାମଲା । ଆସିଲା ଶୁଭଶ୍ରୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ । ବିଷଜନିତ ମୃତ୍ୟୁ ହୋଇଥିବା ପ୍ରାଥମିକ ରିପୋର୍ଟରୁ ସୂଚନା ମିଳିଛି । ତେବେ ଫରେନସିକ ଲ୍ୟାବ ରିପୋର୍ଟ ପରେ ଜଣାପଡିବ ପ୍ରକୃତ କାରଣ । ଏଥିପାଇଁ ଭୁବନେଶ୍ୱର ଫରେନସିକ ଲ୍ୟାବକୁ ପଠାଯାଇଛି ନମୁନା । ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ରର ମହିଳା ଡାକ୍ତର ଶୁଭଶ୍ରୀ କରଙ୍କ ମୃତଦେହ ମିଳିବା ଘଟଣାର ତଦନ୍ତ ଚଳାଇଛି ଯୋଡ଼ା ପୋଲିସ୍ । ଶୁଭଶ୍ରୀ ରହୁଥିବା ଘରକୁ ଯାଇ ସେଠାରୁ ତାଙ୍କର ମୋବାଇଲ ଫୋନ, ମେଡ଼ିସିନ୍ ବୋତଲ ସହିତ କିଛି କାଗଜପତ୍ର ଜବତ୍ କରି ଅନୁସନ୍ଧାନ ଜାରି ରଖିଛି ପୋଲିସ । ଶୁଭଶ୍ରୀଙ୍କ ଏଭଳି ମୃତ୍ୟୁ ଘଟିବା ପଛର କାରଣ ସ୍ପଷ୍ଟ ହୋଇପାରିନାହିଁ । ଶୁଭଶ୍ରୀଙ୍କ ଫୋନର କଲ ରେକର୍ଡ ଯାଞ୍ଚ କରିବା ସହ ସ୍ୱାସ୍ଥ୍ୟ କେନ୍ଦ୍ରର ଅନ୍ୟ କର୍ମଚାରୀଙ୍କୁ ପଚରା ଉଚୁରା ଚଳାଇଛି ପୋଲିସ୍ । କର୍ମଚାରୀ ମାନଙ୍କ କହିବା କଥା ହେଲା, ୩୧ ତାରିଖ ରାତିରେ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ସେମାନେ ୭ ଜଣ ଏକାଠି ମିଶି ଜିରୋ ନାଇଟ ସେଲିବ୍ରସନ୍ କରିଥିଲେ । ନୃତ୍ୟ ଗୀତରେ ଝୁମିଥିଲେ ଶୁଭଶ୍ରୀ । ଏଥିପାଇଁ ଶୁଭଶ୍ରୀ ନିଜେ ସବୁ ଆୟୋଜନ କରିଥିଲେ । ନିଜ ହାତରେ ଚାଉମିନ ଓ ଫ୍ରାଏଡ ରାଇସ ବାନାଇଥିଲେ । କେକ୍ କାଟି ଆନନ୍ଦ ଉଲ୍ଲାସରେ ନୂଆବର୍ଷ ପାଳନ କରିଥିଲେ । ରାତି ଦେଢଟା ପର‌୍ୟ୍ୟନ୍ତ ସେଲିବ୍ରେସନ ମନାଇବା ପରେ ଶୁଭଶ୍ରୀ ଉପର ମହଲାରେ ଥିବା ନିଜ ରୁମକୁ ଚାଲିଯାଇଥିଲେ । ତେବେ ନୂଆ ବର୍ଷର ନୂଆ ସକାଳ ଦେଖିପାରି ନଥିଲେ ଶୁଭଶ୍ରୀ । ସକାଳ ୭ ଟାରେ ଶୁଭଶ୍ରୀଙ୍କ ପାଇଁ ରୋଷେଇ କରୁଥିବା ମହିଳା କବାଟ ବାଡେଇ ଥିଲେବି ଶୁଭଶ୍ରୀ କବାଟ ଫିଟାଇ ନଥିଲେ । ଏହାପରେ ସ୍ୱାସ୍ଥ୍ୟ କେନ୍ଦ୍ରର କର୍ମଚାରୀ ଦୁବରାଜ ମହାନ୍ତ ଡାକ୍ତର ମ୍ୟାଡମ୍ ଙ୍କୁ ଫୋନ କରିଥିଲେ ବି ସେ ଫୋନ ଉଠାଇ ନଥିଲେ । ବାରମ୍ଵାର କବାଟ ବାଡେଇଲା ପରେବି କିଛି ଉତ୍ତର ନମିଳିବାରୁ ଏନେଇ ପୋଲିସକୁ ଖବର ଦିଆଯାଇଥିଲା । ଶେଷରେ ସନ୍ଧ୍ୟା ସମୟରେ ପୋଲିସ୍ କବାଟ ତାଡ଼ି ଭିତରକୁ ପଶିବା ପରେ ବିଛଣା ଉପରେ ସ୍ଥିର ଅବସ୍ଥାରେ ଶୁଭଶ୍ରୀ ଶୋଇ ରହିଥିବା ଦେଖିବାକୁ ମିଳିଥିଲା । ତେବେ ସେତେବେଳକୁ ତାଙ୍କର ପ୍ରାୟ ମୃତ୍ୟୁ ଘଟିସାରିଥିଲା। ତେବେ ତୁରନ୍ତ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ଟାଟା ଷ୍ଟିଲ ମେଡ଼ିକାଲକୁ ନିଆଯାଇଥିଲା, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!