Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବ ଦାସଙ୍କୁ ଗୁଳିମାଡ଼ ଘଟଣାରେ ଛାନ୍‌ଭିନ୍ ଆରମ୍ଭ

by ସଞ୍ଜୟ ସ୍ୱାଇଁ
January 31, 2023
in Crime, State
ନବ ଦାସଙ୍କୁ ଗୁଳିମାଡ଼ ଘଟଣାରେ ଛାନ୍‌ଭିନ୍ ଆରମ୍ଭ
188
VIEWS
Share on FacebookShare on Twitter

ଝାରସୁଗୁଡ଼ା, (ବାଘୁଆବାର୍ତ୍ତା): ନବ ଦାସଙ୍କୁ ଗୁଳିମାଡ଼ ଘଟଣାରେ ଛାନ୍‌ଭିନ୍ । ସୋମବାର ସକାଳୁ ପୁଣି ଘଟଣାସ୍ଥଳରୁ ଯାଞ୍ଚ ଆରମ୍ଭ କରିଛି ସାଇଣ୍ଟିଫିକ୍ ଟିମ୍ । ମେଟାଲ ଡିଟେକ୍ଟର ସହାୟତାରେ ଯାଞ୍ଚ ଆରମ୍ଭ କରାଯାଇଥିବା ବେଳେ ଫୁଟି ଥିବା ଗୁଳି ବି ଖୋଜୁଛି ସାଇଣ୍ଟିଫିକ୍ ଟିମ୍ । ଘଟଣାର ସମସ୍ତ ସୁରାକ ପାଇଁ ପୁଣି ଯାଇ ତନାଘନା ଆରମ୍ଭ କରିଛି କ୍ରାଇମ୍‌ବ୍ରାଞ୍ଚ ଓ ସାଇଣ୍ଟିଫିକ୍ ଟିମ୍ । ଖବର ଅନୁଯାୟୀ, ରବିବାର ଦିନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗାନ୍ଧି ଛକ ପୋଲିସ ଏଏସ୍‌ଆଇ ଗୋପାଳ ଦାସ ଗୁଳି ମାରିଥିଲେ । ଯେଉଁଥିରେ ନବ ଦାସ ଘଟଣାସ୍ଥଳରେ ହିଁ ଟଳିପଡିଥିଲେ । ପରେ ନବ ଦାସଙ୍କୁ ଏୟାରଲିଫ୍ଟ ଜରିଆରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା । ସେପଟେ କିନ୍ତୁ ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଥିଲେ । କ୍ରାଇମବ୍ରାଞ୍ଚ ସେହି ଦିନ ରାତିରୁ ହିଁ ଛାନ୍‌ଭିନ୍ ଆରମ୍ଭ କରିଥିଲା । ପ୍ରଥମେ ଗିରଫ ହୋଇଥିବା ଏଏସ୍‌ଆଇ ଗୋପାଳ ଦାସଙ୍କୁ ଜେରା କରିଥିଲା । ଆଉ ପରେ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଥିଲା । ଆଉ ଏବେ ପୁଣି ଥରେ ଅଧିକ ତଥ୍ୟ ପାଇଁ ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରୁଛି କ୍ରାଇମବ୍ରାଞ୍ଚ ଓ ସାଇଣ୍ଟିଫିକ୍ ଟିମ୍ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!