Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରେଞ୍ଜରଙ୍କ ସମେତ ୬ ବନ କର୍ମଚାରୀ ଗିରଫ

by ସଞ୍ଜୟ ସ୍ୱାଇଁ
February 8, 2023
in Crime, State
ରେଞ୍ଜରଙ୍କ ସମେତ ୬ ବନ କର୍ମଚାରୀ ଗିରଫ
446
VIEWS
Share on FacebookShare on Twitter

ବଡମ୍ବା, (ବାଘୁଆବାର୍ତ୍ତା): ବନ ବିଭାଗ ହେପାଜତରେ ଧନେଶ୍ଵର ବେହେରା ମୃତ୍ୟୁ ମାମଲାରେ ବଡମ୍ବା ରେଞ୍ଜର ସୁବ୍ରତ ବେହେରା ସମେତ ୬ଜଣ ବନ କର୍ମଚାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଗିରଫ ଅନ୍ୟ କର୍ମଚାରୀମାନେ ହେଲେ ଫରେଷ୍ଟର ମନୋଜ ଦାସ, ଦୀପକ ସେଠୀ, ଫରେଷ୍ଟ ଗାର୍ଡ ସୁନାୟକ ମାଝୀ, କୁନା ବେହେରା ଓ ପ୍ରଭାତ ପ୍ରଧାନ ଗିରଫ। ଏହି ମାମଲାରେ ୨ଟି ବୋଲେରୋ ସହ ମାଡ଼ ମାରିବାରେ ବ୍ୟବହୃତ ୪ଟି ଠେଙ୍ଗା ଜବତ କରାଯାଇଛି। ଆଜି ଏନେଇ ଆଠଗଡ଼ ଏସ୍‌ଡିପିଓ ବିଜୟ କୁମାର ବିଶି ସୂଚନା ଦେଇଛନ୍ତି। ଗତ ୫ ତାରିଖ ରାତିରେ ଏକ ହାତୀକୁ ଶିକାର କରିଥିବା ସନ୍ଦେହ କରି ବଡମ୍ବା ସାତଗୋଛିଆ ଗାଁ’ର ଧନେଶ୍ଵର ବେହେରାଙ୍କୁ ଏକ ପେଟ୍ରୋଲ ପମ୍ପ ନିକଟରୁ ଉଠାଇଆଣିଥିଲା ବନ ବିଭାଗ ଟିମ୍। ଏହି ଟିମ୍ ଧନେଶ୍ୱରଙ୍କୁ ତିଗିରିଆ ୱାଚ୍ ଟାୱାର ଠାରେ ପଚରାଉଚରା କରିବା ବେଳେ ପ୍ରବଳ ମାଡ ମାରିବାରୁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ବଡମ୍ବା ଥାନାରେ ଅଭିଯୋଗ ହୋଇଥିଲା। ଉକ୍ତ ଘଟଣାରେ ଦୁଇଦିନ ହେବ ପୁଲିସ ୧୪ଜଣ ବନ ବିଭାଗ ଅଧିକାରୀଙ୍କୁ ଆଠଗଡ଼ ଥାନାରେ ରଖି ପଚରାଉଚରା ଜାରି ରଖିଥିଲା। ଆଜି ଏହି ଘଟଣାରେ ପ୍ରଥମିକ ପର‌୍ୟ୍ୟାୟରେ ସମ୍ପୃକ୍ତ ୬ ଜଣଙ୍କୁ ଗିରଫ କରାଯାଇଥିବା ଆଠଗଡ଼ ଏସ୍‌ଡିପିଓ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!