Tuesday, July 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୋକାନକୁ ଯିବାକୁ କହି ଆଉ ଘରକୁ ଫେରି ନ ଥିଲେ

by ସଞ୍ଜୟ ସ୍ୱାଇଁ
September 6, 2021
in Crime, State
ଜଣେ ବ୍ୟକ୍ତିଙ୍କ ପ୍ରେମ ବିବାହ ତାଙ୍କ ଭଉଣୀ ପାଇଁ ମହଙ୍ଗା ପଡ଼ିଛି
95
VIEWS
Share on FacebookShare on Twitter

ଜୟପୁର, (ବାଘୁଆବାର୍ତ୍ତା): ଦୋକାନକୁ ଯିବାକୁ କହି ଘରୁ ବାହାରି ଯାଇଥିଲେ। ହେଲେ ଆଉ ଘରକୁ ଫେରି ନ ଥିଲେ। ଆଜି ସକାଳେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଘଟଣାଟି ଘଟିଛି କୋରାପୁଟ ଜିଲ୍ଲା ଜୟପୁରରେ। ଜୟପୁରର ଜଗନ୍ନାଥ ସାଗରରୁ ଏହି ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ନାବାଳିକା ଜଣକ ହେଲେ ସହରର ଜୟନଗରର ଗୌଡ଼ସାହି ନିବାସୀ ସୁନଧାର ନାୟକଙ୍କ ଝିଅ। ମିଳିଥିବା ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟା ପ୍ରାୟ ୬ଟା ସମୟରେ ନାବାଳିକା ଜଣଙ୍କ ଦୋକାନକୁ ଯାଉଛି କହି ଘରୁ ବାହାରି ଯାଇଥିଲେ। ହେଲେ ଆଉ ଘରକୁ ଫେରି ନଥିଲେ। ରାତି ହେବାରୁ ଝିଅ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ହେଲେ ପାଇ ନ ଥିଲେ। ଆଜି ସକାଳେ ନାବାଳିକାଙ୍କ ମୃତଦେହ ଜଗନ୍ନାଥ ସାଗରରେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ନାବାଳିକାର ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ନାବାଳିକାର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ତେବେ ପ୍ରେମଜନିତ କାରଣରୁ ନାବାଳିକା ଜଣଙ୍କ ଆତ୍ମହତ୍ୟା କରି ଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ କରୁଛି। ଘଟଣାର ତଦନ୍ତ ହେଲେ ନାବାଳିକାଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଜୟପୁର ଟାଉନ୍ ଥାନା ଅଧିକାରୀ ସଞ୍ଜୟ କୁମାର ମଣ୍ଡଳ କହିଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!