ଜୟପୁର, (ବାଘୁଆବାର୍ତ୍ତା): ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା ମୃତଦେହ । ଜୟପୁର ପଞ୍ଚାନନ ମନ୍ଦିରଠାରୁ ଜୟନଗର ଯିବା ରାସ୍ତା କଡ଼ରେ ଥିବା ଏକ ଗଛରେ ଜଣେ ବ୍ୟକ୍ତି ଝୁଲୁଥିବା ଅବସ୍ଥାରେ ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ । ଖବର ପାଇ ଘଟଣାସ୍ଥଳରେ ଟାଉନ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ବ୍ୟକ୍ତିଙ୍କ ପରିଚୟ ମିଳିନଥିବା ବେଳେ ମୃତ ବ୍ୟକ୍ତି ଜଣକ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଗଛରେ ଟାଙ୍ଗି ଦେଇଛନ୍ତି ତାହା ଜଣାପଡ଼ିନାହିଁ ।





