Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଟ୍ରୋଲିଂ ବେଳେ ବନ କର୍ମଚାରୀଙ୍କୁ ଗୁଳିମାଡ଼

by ସଞ୍ଜୟ ସ୍ୱାଇଁ
March 29, 2023
in Crime, State
ପାଟ୍ରୋଲିଂ ବେଳେ ବନ କର୍ମଚାରୀଙ୍କୁ ଗୁଳିମାଡ଼
18
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ପାଟ୍ରୋଲିଂ ବେଳେ ବନକର୍ମଚାରୀଙ୍କୁ ଗୁଳିମାଡ଼ କଲେ ଦୁର୍ବୃତ୍ତ। ଏପରି ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ବଘିଆପଡ଼ା ଖଲିଆପାଲି ଛକରେ। ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ଜଣ ବନ କର୍ମଚାରୀ ଆହତ ହୋଇଛନ୍ତି। ଆହତ ଦୁଇ ବନ କର୍ମଚାରୀ ହେଲେ ନୀଳାଚଳ ପ୍ରଧାନ ଓ ନବ କୁମାର ସାହୁ। ନୀଳାଚଳଙ୍କ କାନ୍ଧରେ ଦୁଇ ରାଉଣ୍ଡ ଗୁଳି ବାଜିଥିବା ବେଳେ ନବ କୁମାରଙ୍କ ପିଠିରେ ବାଜିଛି ଗୁଳି। ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଗତକାଲି ରାତିରେ ବୌଦ୍ଧ ବନ ବିଭାଗର ୬ଜଣ ବନ କର୍ମଚାରୀ ବଘିଆପଡ଼ା ଅଞ୍ଚଳରେ ପେଟ୍ରୋଲିଂ କରୁଥିଲେ। ଏହି ସମୟରେ ଖଲିଆପାଲି ଛକ ନିକଟରେ ଦୁଇ ଜଣ ଦୁର୍ବୃତ୍ତ ଦୁଇଟି ବାଇକ୍‌ରେ ଆସି ବନ୍ଧୁକ ଦେଖାଇ ପେଟ୍ରୋଲିଂ ଗାଡ଼ିକୁ ଅଟକାଇଥିଲେ। ବନ କର୍ମଚାରୀ ଗାଡ଼ିକୁ ନ ଅଟକି ବାରୁ ଦୁର୍ବୃତ୍ତମାନେ ଗାଡ଼ି ଉପରେ ଗୁଡ଼ିମାଡ଼ କରିଥିଲେ। ଗୁଳି ଗୁଡ଼ିକ ଗାଡ଼ିରେ ବାଜିବା ସହ ଦୁଇ ଜଣ ବନ କର୍ମଚାରୀଙ୍କ ଉପରେ ବାଜିଥିଲା। ସେମାନଙ୍କୁ ଗୁରୁତର ଅବସ୍ଥାରେ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଗୁଳିମାଡ଼ କରିବା ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ବୌଦ୍ଧ ଡିଏଫ୍‌ଓ ଦେବପ୍ରିୟ କମ୍ପ କହିଛନ୍ତି, କେଉଁ କାରଣରୁ ଗୁଳି ଚାଲାଣ ହୋଇଛି ଏ ପର‌୍ୟ୍ୟନ୍ତ କାରଣ ସ୍ପଷ୍ଟ ହୋଇପାରିନାହିଁ। ତଦନ୍ତ ହେଲେ ସମସ୍ତ ତଥ୍ୟ ସାମ୍ନା କୁ ଆସିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!