ବିନିକା, (ବାଘୁଆବାର୍ତ୍ତା): ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଚିନାଯୁରି ଗାଁରେ ଅଘଟଣ । ନିଜ ଜନ୍ମ କଲା ବାପାଙ୍କୁ ଗୁଳି କଲା ପୁଅ । ଗୁରୁତର ହେଲେ ବାପା ଗଙ୍ଗାଜଳ ମେହେର । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ପୁଅ ଓ ବୋହୂଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା । ଏହି ଝଗଡ଼ାରେ ପୁଅ ରାଗିଯାଇ ବୋହୂକୁ ଗୁଳି କରିବାକୁ ଚେଷ୍ଟା କରିଥିଲା । ସେହି ସମୟରେ ବାପା ଗଙ୍ଗାଜଳ ବୋହୂଙ୍କୁ ରକ୍ଷା କରିବା ପାଇଁ ସାମ୍ନାକୁ ଚାଲି ଆସିଥିଲେ । ଯାହାଫଳରେ ଗୁଳିଟି ତାଙ୍କ ଦେହରେ ବାଜିଥିଲା । ସେ ଗୁରୁତର ହୋଇଛନ୍ତି । ତେବେ ପ୍ରଥମେ ଗଙ୍ଗାଜଳ ମେହେରଙ୍କୁ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଏହି ଘଟଣାକୁ ନେଇ ଡୁଙ୍ଗୁରିପାଲି ଥାନାରେ ଏକ ମାମଲା ରୁଜୁ ହୋଇଛି ।





