ଚୌଦ୍ୱାର, (ବାଘୁଆବାର୍ତ୍ତା): କ୍ରିକେଟ୍ ଖେଳକୁ ନେଇ ଉତ୍ତେଜାନ ଦେଖାଦେଇଛି । କଟକ ଜିଲ୍ଲା ଚୌଦ୍ୱାର ଥାନା ମହିଷାଲଣ୍ଡା ପଞ୍ଚାୟତରେ କ୍ରିକେଟ ଖେଳକୁ ନେଇ ଘଟିଛି ତୁମୂଳକାଣ୍ଡ । ବ୍ୟାଟ ଓ ଛୁରୀ ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ରବିବାର ଦିନ ମହିଷାଲଣ୍ଡା ପଞ୍ଚାୟତରେ ଗାଁର କିଛି ଯୁବକମାନେ କ୍ରିକେଟ୍ ଖେଳ ଚାଲିଥିଲା । ହଠାତ୍ କୌଣସି କଥାକୁ ନେଇ ଯୁବକଙ୍କ ମଧ୍ୟରେ କଥାକଟାକଟି ହୋଇଥିଲା । ଦେଖୁ ଦେଖୁ ତିକ୍ତତା ବଢିଯାଇଥିଲା । ଶେଷରେ ବ୍ୟାଟ ଓ ଛୁରୀ ଜଣେ ଯୁବକଙ୍କୁ ଆକ୍ରମଣ କରିଥିଲେ । ଲକି ରାଉତଙ୍କ ଛାତି ଓ ପେଟରେ ଗଭୀର ଆଘାତ ଲାଗିଥିଲା । ଯାହାଫଳରେ ଲକି ରାଉତ ଗୁରୁତର ହୋଇପଡିଥିଲା । ତୁରନ୍ତ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଲକି ରାଉକଙ୍କ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଛନ୍ତି । ତେବେ କେଉଁ କାରଣ ପାଇଁ ଏପରି ବିବାଦ ହେଲା । ସେନେଇ କିଛି ସ୍ପଷ୍ଟ ଭାବେ ଜଣାପଡିନାହିଁ । ଚୌଦ୍ୱାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ଏବେବି ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି । ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଚଢାଉ ଜାରି ରହିଛି ।





