Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଣ୍ଡ ନାଚ ଦେଖି ଫେରିଲେନି ଯୁବକ, ଗଛରେ ଝୁଲୁଛି ମୃତ ଦେହ

by ସଞ୍ଜୟ ସ୍ୱାଇଁ
April 6, 2023
in Crime, State
ଦଣ୍ଡ ନାଚ ଦେଖି ଫେରିଲେନି ଯୁବକ, ଗଛରେ ଝୁଲୁଛି ମୃତ ଦେହ
161
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆବାର୍ତ୍ତା): ଯୁବକଙ୍କୁ ହତ୍ୟା କରି ଗଛରେ ଝୁଲାଇ ଦେଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା କେନ୍ଦୁପତ୍ର ଫଡ଼ି ନିକଟରେ। ଆଜି ସକାଳେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗଛରୁ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା କରାଯାଇ ଗଛରେ ଝୁଲାଇ ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଉକ୍ତ ଯୁବକଙ୍କ ନାଁ ଲିପକ ପ୍ରଧାନ। ତାଙ୍କ ଘର ସଖିପଡ଼ା ଗାଁରେ। ଲିପକ ଗତକାଲି ଦିନ ସମୟରେ ଫିରିଙ୍ଗିଆକୁ ଦଣ୍ଡ ନାଚ ଦେଖିବା ପାଇଁ ଆସିଥିଲେ। ହେଲେ ରାତିରେ ଘରକୁ ଫେରି ନଥିଲେ। ପରିବାର ଲୋକେ ଏନେଇ ବହୁତ ଖୋଜାଖୋଜି କରିଥିଲେ, ହେଲେ ପାଇ ନଥିଲେ। ଆଜି ସକାଳେ ଲିପକଙ୍କ ମୃତଦେହ କେନ୍ଦୁପତ୍ର ଫଡ଼ି ନିକଟରେ ଥିବା ଏକ ଗଛରେ ଝୁଲିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ଲିପକଙ୍କ ପରିବାର ଲୋକ ଓ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଲିପକଙ୍କୁ କିଏ ହତ୍ୟା କରି ଓଢ଼ଣୀରେ ଗଛରେ ଝୁଲାଇ ଦେଇଥିବା ତାଙ୍କ ଭାଇ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!