Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରକୀୟା ପ୍ରୀତିରୁ ହତ୍ୟା, ଯୁବକଙ୍କୁ ପିଟି ପିଟି ମାରିଦେଲେ ବାପ ପୁଅ

by ସଞ୍ଜୟ ସ୍ୱାଇଁ
April 25, 2023
in Crime, State
ପରକୀୟା ପ୍ରୀତିରୁ ହତ୍ୟା,  ଯୁବକଙ୍କୁ ପିଟି ପିଟି ମାରିଦେଲେ ବାପ ପୁଅ
211
VIEWS
Share on FacebookShare on Twitter

ମୋରଡ଼ା, (ବାଘୁଆବାର୍ତ୍ତା): ପରକୀୟା ପ୍ରୀତିରୁ ଯୁବକଙ୍କୁ ପିଟି ପିଟି ହତ୍ୟା । ମୟୁରଭଞ୍ଜ ଜିଲ୍ଲା ମୋରଡା ବ୍ଲକ ବେତନଟୀ ଥାନା କେନ୍ଦୁଛାଟିଆ ଗାଁରେ ହତ୍ୟାକାଣ୍ଡ ଘଟିଛି । ଯୁବକଙ୍କୁ ଗଛରେ ବାନ୍ଧି ପିଟି ପିଟି ହତ୍ୟା କରିଛନ୍ତି । ହତ୍ୟା କରିଥିବା ବାପ ପୁଅଙ୍କୁ ଗଛରେ ବାନ୍ଧିଲେ ଗ୍ରାମବାସୀ । ମୃତକ ଗଣ୍ଡିଗଧା ଗାଁର ସୁନାରାମ ଟୁଡୁ । ଘଟଣାସ୍ଥଳରେ ପୋଲିସର ତଦନ୍ତ ଆରମ୍ଭ । ସୋମବାର ଦିନ ଗାଁରେ ଜାହୀରା ପୂଜା ଚାଲିଥିଲା । ପୂଜା ପରେ ପାରମ୍ପରିକ ନୃତ୍ୟ ଚାଲିଥିଲା । ଏହି ସମୟରେ ସୁରେଇଡ଼ିହି ପଞ୍ଚାୟତ ଗଣ୍ଡିଗୋଧା ଗାଁର ସୁନାରାମ ଟୁଡୁ (୨୫) ଜାସାୟଙ୍କ ସ୍ତ୍ରୀ ନାଚ ଚାଲିଥିବା ବେଳେ କେଉଁଆଡ଼େ ଚାଲିଯାଇଥିଲେ । ଜାସାୟଙ୍କୁ ସନ୍ଦେହ ହେବାରୁ ନିକଟରେ ଥିବା ଏକ ନିଛାଟିଆ ସ୍ଥାନରେ ଥିବା ଘରକୁ ଯାଇ ଦେଖିଲା ବେଳକୁ ଦୁହେଁ ଅନୈତିକ କାର‌୍ୟ୍ୟରେ ଲିପ୍ତଥିଲେ । ଏହା ଦେଖି ଜାସାୟ ଏବଂ ତାଙ୍କ ପୁଅ, ସୁନାରାମଙ୍କୁ ଧରି ଏକ ଗଛରେ ବାନ୍ଧି ରଖିଥିଲେ । ରାତି ତମାମ କାଠ ଫାଳିଆ ଏବଂ ବାଉଁଶ ବାଡ଼ିରେ ନିସ୍ତୁକ ମାଡ ମାରିଥିଲେ । ଯାହାଫଳରେ ତାଙ୍କ ଜୀବନ ଚାଲିଯାଇଥିଲା । ସେପଟେ ମଙ୍ଗଳବାର ସକାଳୁ ଗ୍ରାମବାସୀମାନେ ଘଟଣା ସମ୍ପର୍କରେ ଜାଣିବା ପରେ ବାପ ଓ ପୁଅକୁ ଗଛରେ ବାନ୍ଧି ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ବାପ ଓ ପୁଅକୁ ଅଟକ ରଖିଥିବା ଜଣାପଡିଛି । ବେତନଟୀ ଏସଡ଼ିପିଓ ସୁଦର୍ଶନ ଦାସଙ୍କ ସହିତ ବେତନଟୀ ଆଇଆଇସି ସସ୍ମିତା ମହାନ୍ତ ,ବାରିପଦା ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଜାସାୟ ଏବଂ ପୁଅ ମଧୁଙ୍କୁ ଅଟକ ରଖି ପଚରାଉଚରା ସହ ତଦନ୍ତ ଜାରୀ ରଖିଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!