Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଞ୍ଚନବିଲି ଗ୍ରାମରେ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ଥାନାରେ ମାମଲା

by ସଞ୍ଜୟ ସ୍ୱାଇଁ
April 25, 2023
in Crime, Nayagarh, State
କଞ୍ଚନବିଲି ଗ୍ରାମରେ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ଥାନାରେ ମାମଲା
546
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସଦର ଥାନା ଅନ୍ତର୍ଗତ କ୍ରିଦାଶପୁର ପଞ୍ଚାୟତ କଞ୍ଚନବିଲି ଗ୍ରାମରେ ଗୋଟିଏ ରାତିରେ ଏକାଧିକ ଘରୁ ସିନ୍ଧିଚୋରି ହୋଇଥିବା ପୋଲିସରେ ଅଭିଯୋଗ ହୋଇଛି। ଆନୁମାନିକ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି ହୋଇଥିବା ଜଣାପଡିଛି। ରଘୁନାଥ ଦାସଙ୍କ ଘରୁ ମାଳି,ସୁନାମୁଦି, ପାଉଁଜି ଆଦି ଲକ୍ଷାଧିକ ଟଙ୍କାର ସୁନା ରୂପା ଗହଣା ସହ ନଗଦ ୯ ହଜାର ୫ଶହ ଟଙ୍କା ଚୋରି ହୋଇଥିବା ବେଳେ ତାଙ୍କର ଟ୍ରଙ୍କ ଓ ଦରକାରୀ କାଗଜପତ୍ର ଗହୀର ମଝିରେ ପକାଇ ଦେଇଥିବା ଅଭିଯୋଗ ହୋଇଛି। ସେହିପରି ସେହି ଗ୍ରାମର ମାଗୁଣୀ ଦାସଙ୍କ ଘରୁ କାନ ସୁନା ପେଣ୍ଡିଫୂଲ ଓ ୧ହଜାର ଟଙ୍କା, ମଲ୍ଲି ସାହୁଙ୍କ ଘରୁ କାନର ସୁନାଫୁଲ, କଂସା,ଥାଳି,ବେଲା ଓ ମର‌୍ୟ୍ୟାଦା ଦେବାକୁ ଆଣି ଘରେ ରଖିଥିବା ୨୦ଖଣ୍ଡ ଶାଢ଼ୀ,୧୦ ହଳ ଲୁଙ୍ଗି ଗାମୁଛା ଓ ୧୨ଶହ ଟଙ୍କା ଚୋରି ହୋଇଥିଲା ବେଳେ ଯୋଗି ସାମଲ,ତିଳ ବେହେରା ଓ ସୁମିତ୍ରା ବେହେରାଙ୍କ ଘର କବାଟ ଭାଙ୍ଗି ଚୋରି ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ଏମାନେ ସମସ୍ତେ ଗରୀବ ଶ୍ରେଣୀର ଲୋକ ହୋଇଥିବା ବେଳେ ଚୋରି ଜିନିଷ ଉଦ୍ଧାର କରିବା ପାଇଁ ପୋଲିସ ନିକଟରେ ସେମାନେ ଆକୁଳ ନିବେଦନ କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!