Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଣ୍ଡରେ ବନ୍ଧୁକ ଲଗାଇ ୧୫ ଲକ୍ଷର ସୁନା ରୁପା ଲୁଟି ନେଲେ

by ସଞ୍ଜୟ ସ୍ୱାଇଁ
November 29, 2023
in Crime, State
ମୁଣ୍ଡରେ ବନ୍ଧୁକ ଲଗାଇ ୧୫ ଲକ୍ଷର ସୁନା ରୁପା ଲୁଟି ନେଲେ
47
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଟୁକୁଣା ଗ୍ରାମରେ ସଶସ୍ତ୍ର ଡକାୟତି ଘଟିଛି । ୬ ଜଣ ଡକାୟତ ଗୃହକର୍ତ୍ତାଙ୍କ ମୁଣ୍ଡରେ ବନ୍ଧୁକ ଦେଖାଇ ଲୁଟିନେଲେ ୧୫ ଲକ୍ଷରୁ ଅଧିକ ଟଙ୍କାର ସୁନା ରୁପାର ଗହଣା । ସୂଚନାଯୋଗ୍ୟ ଯେ, ମଙ୍ଗଳବାର ରାତିରେ ଗ୍ରାମର ସୁନା ଗହଣା ବ୍ୟବସାୟୀ ପବିତ୍ର ଦାସଙ୍କ ଘରେ ଏଭଳି ଡକାୟତି ଘଟିଛି । ପବିତ୍ରଙ୍କ ଛେନାପଦି ଛକରେ ଏକ ଗହଣା ଦୋକାନ ରହିଛି । ମଙ୍ଗଳବାର ରାତି ଗୋଟାଏ ବେଳେ ଡକାୟତମାନେ ଝରକା ଗ୍ରୀଲ ତାଡି ଘର ଭିତରକୁ ପଶି ପବିତ୍ର ଓ ତାଙ୍କ ସ୍ତ୍ରୀ ଓ ପୁଅଙ୍କ ବେକରେ ବନ୍ଧୁକ ଓ ଭୁଜାଲି ଲଗାଇ ୨୦୦ଗ୍ରାମର ସୁନା ଓ ୭ କିଲୋରୁ ଉର୍ଦ୍ଧ୍ବ ରୁପା ଅଳଙ୍କାର ଆଦି ଲୁଟି ନେଇଥିଲେ । ଏପରିକି ଘରୁ ଗୋଟିଏ ଏଲ.ଇ.ଡି. ନେବା ସହିତ ଘରେ ଥିବା ମିଠା ଖାଇବା ସହିତ ଚା ଦେବାକୁ ବାଧ୍ୟ କରିଥିଲେ । ଗତ ଦେଢ଼ ବର୍ଷ ତଳେ ପବିତ୍ର ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ନିସଙ୍ଗପୁର ନିକଟରେ ତାଙ୍କୁ ମରଣାନ୍ତକ ଆକ୍ରମଣ କରି ୧୭ଲକ୍ଷ ଟଙ୍କାର ଗହଣା ଲୁଟିନେଇଥିଲେ । ଖବର ପାଇ ବୁଧବାର ସକାଳୁ ନନ୍ଦିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!