Friday, July 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଶା ଖାଇବାକୁ ମା’ ପୁଅକୁ ଟଙ୍କା ନଦେବାରୁ ମାକୁ ହାଣିଲା ପୁଅ

by ସଞ୍ଜୟ ସ୍ୱାଇଁ
September 11, 2021
in Crime, State
ନିଶା ଖାଇବାକୁ ମା’ ପୁଅକୁ ଟଙ୍କା ନଦେବାରୁ ମାକୁ ହାଣିଲା ପୁଅ
19
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ନିଶା ସେବନ ପାଇଁ ଟଙ୍କା ନଦେବାରୁ ଜଣେ ମହିଳାଙ୍କୁ ତାଙ୍କ ପୁଅ ଧାରୁଆ ଅସ୍ତ୍ର ହାଣି ରକ୍ତାକ୍ତ କରି ଦେଇଛି। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଆନନ୍ଦପୁର ଉପଖଣ୍ଡ ଘଷିପୁରା ଥାନା ଅନ୍ତର୍ଗତ ଖଡ଼ିବିଲ ଗାଁରେ। ଅଭିଯୋଗ ଅନୁଯାୟୀ, ଗାଁର ମଣ୍ଟୁ ଜେନା ଆଜି ସକାଳେ ନିଶା ଦ୍ରବ୍ୟ କିଣି ସେବନ କରିବା ପାଇଁ ତା’ ମା’ ରଙ୍ଗବତୀ ଜେନାଙ୍କୁ ୫୦୦ ଟଙ୍କା ମାଗିଥିଲା। ୫୦୦ ଟଙ୍କା ଦେଇ ପାରିବେନି ବୋଲି ରଙ୍ଗବତୀ ତାକୁ କହିଥିଲେ। ସେ କେବଳ ୩୦ ଟଙ୍କା ଦେଇଥିଲେ। ଆବଶ୍ୟକ ଟଙ୍କା ନ ମିଳିବାରୁ ମଣ୍ଟୁ ଏକ ଧାରୁଆ ଅସ୍ତ୍ରରେ ତା’ ମା’ ରଙ୍ଗବତୀଙ୍କୁ ଆକ୍ରମଣ କରିଥିଲା। ଫଳରେ ରଙ୍ଗବତୀଙ୍କ ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଥିଲା। ସେ ଚେତାଶୂନ୍ୟ ହୋଇ ତଳେ ପଡ଼ିଯାଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତାଙ୍କ ଅବସ୍ଥା ଗୁରୁତର ରହିଛି। ତେବେ ଖବର ଲେଖାଯିବା ପର୍ୟ୍ୟନ୍ତ ଏହି ଘଟଣା ନେଇ ଥାନାରେ କୌଣସି ଲିଖିତ ଅଭିଯୋଗ କରାଯାଇନାହିଁ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!