ବାରିପଦା, (ବାଘୁଆବାର୍ତ୍ତା): ଶିମିଳିପାଳ ଅଭୟାରଣ୍ୟରୁ ପୁଣି ୨୩ ଟି ଦେଶୀ ବନ୍ଧୁକ ଜବତ ହୋଇଛି । ଶିମିଳିପାଳ ଅଭୟାରଣ୍ୟରେ ପୋଲିସ ପକ୍ଷରୁ ଗତ ଦୁଇ ମାସରେ ସର୍ଚ୍ଚ ଅପରେସନ କରି ଉକ୍ତ ବନ୍ଧୁକ ଜବତ ନେଇ ସୂଚନା ପ୍ରଦାନ କରାଯାଇଛି । ବାରିପଦା ସ୍ଥିତ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଶୁକ୍ରବାର ସାମ୍ବାଦିକ ସମ୍ମିଳନୀରେ ଏସପି ଏସ୍ ସୁଶ୍ରୀ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ଶିମିଳିପାଳ ସଂଲଗ୍ନ ଥିବା ୯ଟି ଥାନା ଅଧୀନରେ ଥିବା ଗାଁ ଗୁଡିକରୁ ପୁଣି ୨୩ ଟି ଦେଶୀ ବନ୍ଧୁକ ଜବତ ହୋଇଛି । ଏଥି ସହିତ ୮ ଜଣକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ସେଥିମଧ୍ୟରୁ ବାରିପଦା ସଦର ଥାନା, ଶରତ ଥାନା, କରଞ୍ଜିଆ ଥାନା, ଯଶୀପୁର ଥାନା ଓ ଠାକୁରମୁଣ୍ଡା ଥାନା ଗୋଟିଏ ଲେଖାଏଁ ବନ୍ଧୁକ ଜବତ ହୋଇଛି । ସେହିପରି ବଡ଼ସାହି ଥାନା ୩ଟି, ଉଦଳା ଥାନା ୫ଟି, ଖୁଣ୍ଟା ଥାନା ୮ଟି ଓ କପ୍ତିପଦା ଥାନା ପୋଲିସ ୨ଟି ଦେଶୀ ବନ୍ଧୁକ ଜବତ କରିଛି । ଏନେଇ ୯ଟି ଥାନାରେ ୧୪ଗୋଟି ମାମଲା ରୁଜୁ କରାଯାଇଛି ବୋଲି ସୂଚନା ପ୍ରଦାନ କରାଯାଇଛି ।





