Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ବନ୍ଧା ହେଲେ ପ୍ରଧାନ ଶିକ୍ଷକ

by ସଞ୍ଜୟ ସ୍ୱାଇଁ
February 13, 2024
in Crime, State
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ବନ୍ଧା ହେଲେ ପ୍ରଧାନ ଶିକ୍ଷକ
118
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ହଷ୍ଟେଲରେ ଜଣେ ଆଦିବାସୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଘଟଣା । ଶେଷରେ ଗିରଫ ହେଲେ ମାଲକାନଗିରି ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଭୂତି ପ୍ରସାଦ ପଣ୍ଡା । ଖବର ଅନୁଯାୟୀ, ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ସାମାଜିକ ବିଜ୍ଞାନ ଶିକ୍ଷକ ବିଭୂତି ପ୍ରସାଦ ପଣ୍ଡା ୫ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଜାତୀୟ କ୍ରୀଡା ଉତ୍ସବରେ ଯୋଗ ଦେବା ଲାଗିଯାଇଥିଲେ । ହେଲେ ସେଠାରୁ ଫେରୁଥିବା ବେଳେ ଚଳନ୍ତା ଟ୍ରେନ୍‌ରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିଲେ । ଯାହାର ଫଟୋ ଭାଇରାଲ ହେବା ପରେ ଗାଁ ଲୋକେ ବିଦ୍ୟାଳୟରେ ପହଞ୍ଚି ସଂପୃକ୍ତ ଶିକ୍ଷକଙ୍କୁ ମାଡ ମାରିଥିଲେ । ପରେ ସେଠାରେ ମାଲକାନଗିରି ଆଦର୍ଶ ଥାନା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଥିବା ସମୟରେ ସଂପୃକ୍ତ ଶିକ୍ଷକ ଜଣଙ୍କ ଫେରାର ହୋଇଯାଇଥିଲେ । ତେବେ ବୌଦ୍ଧ ଜିଲ୍ଲାରେ ଜଣେ ସଂପର୍କୀୟଙ୍କ ଘରେ ଶିକ୍ଷକ ବିଭୂତି ପ୍ରସାଦ ପଣ୍ଡା ଲୁଚି ରହିଥିବା ଖବର ପାଇ ଚଢାଉ କରିଥିଲା ମାଲକାନଗିରି ପୋଲିସ । ସେଠାରେ ଶିକ୍ଷକଙ୍କୁ ଗିରଫ କରି ପୋଲିସ ମାଲକାନଗିରି ଆଣିଥିବା ବେଳେ କୋର୍ଟ ଚାଲାଣ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!