Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରିବାରିକ କଳହ, ସ୍ତ୍ରୀ କାଟି ଦେଲା ସ୍ୱାମୀର ବେକ

by ସଞ୍ଜୟ ସ୍ୱାଇଁ
February 18, 2024
in Crime, State
ପାରିବାରିକ କଳହ, ସ୍ତ୍ରୀ କାଟି ଦେଲା ସ୍ୱାମୀର ବେକ
137
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ପାରିବାରିକ କଳହର କରୁଣ ପରିଣତି। ସ୍ତ୍ରୀ କାଟି ଦେଲା ସ୍ୱାମୀର ବେକ। ସ୍ୱାମୀଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଛି। ଘଟଣାଟି ଘଟିଛି ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ବରିଗୁଡ଼ା ଗାଁରେ। ଆହତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ରୋହିତ ପାତ୍ର (୪୫)। ବରିଗୁଡ଼ା ଗାଁର ମଦନ ପାତ୍ରଙ୍କ ବଡ଼ ପୁଅ ରୋହିତ ପାତ୍ର ପ୍ରାୟ ସମୟରେ ମଦ ପିଇ ତାଙ୍କ ସ୍ତ୍ରୀ କସ୍ତୁରୀ ପାତ୍ରଙ୍କୁ ମାରପିଟ କରନ୍ତି। ଆଜି ସକାଳେ କୌଣସି କାରଣରୁ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ କଥା କଥା କଟାକଟି ହୋଇଥିଲା। ସେହି ସମୟରେ ଉତ୍‌କ୍ଷିପ୍ତ କସ୍ତୁରୀ ଏକ ଧାରୁଆ ଛୁରୀରେ ରୋହିତଙ୍କୁ ଆକ୍ରମଣ କରିଥିଲେ। ସେ ରୋହିତଙ୍କ ବେକ ଓ ପିଠିକୁ କାଟି ଦେଇଥିଲେ। ଗାଁ ଲୋକେ ରୋହିତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆସିକା ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ଅନ୍ୟପକ୍ଷରେ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିବା ସହିତ ଘଟଣାର ତଦନ୍ତ କରୁଛି ଧରାକୋଟ ପୁଲିସ୍।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!