Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ବିଭତ୍ସ ହତ୍ୟା

by ସଞ୍ଜୟ ସ୍ୱାଇଁ
March 1, 2024
in Crime, State
ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ବିଭତ୍ସ ହତ୍ୟା
143
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ମଙ୍ଗଳପୁର ମଜୁରୀ ଛକ ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ଛାତ୍ରୀଙ୍କ ମୃତଦେହ ଠାବ କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ଛାତ୍ରୀଙ୍କ ନାଁ ଜସ୍ମିନ। ତାଙ୍କ ଘର ମଙ୍ଗଳପୁର ମଜୁରୀ ଛକ ଅଞ୍ଚଳରେ। ସେ ଢେଙ୍କାନାଳ ମହିଳା ମହାବିଦ୍ୟାଳୟର ଯୁକ୍ତ ଦୁଇ ବିଜ୍ଞାନର ପ୍ରଥମ ବର୍ଷର ଛାତ୍ରୀ ଥିଲେ। ଜସ୍ମିନ ଗତକାଲି ଅପରାହ୍ନ ୨ଟାରେ ଢେଙ୍କାନାଳ ସହରର କୁଞ୍ଜକାନ୍ତ ସ୍ଥିତ ଏକ ଘରୋଇ କୋଚିଂ ସେଣ୍ଟରକୁ ପଢ଼ିବାକୁ ଆସିଥିଲେ। ସନ୍ଧ୍ୟା ପ୍ରାୟ ୫ଟା ୪୦ରେ କ୍ଲାସ ଶେଷ ହେବା ପରେ ସେ ଘର ଅଭିମୁଖେ ବାହାରିଥିଲେ। ହେଲେ ଘରେ ପହଞ୍ଚି ନଥିଲେ। ଜସ୍ମିନ ଘରକୁ ନ ଫେରିବାରୁ ତାଙ୍କ ବାପା ସନ୍ଧ୍ୟା ପ୍ରାୟ ୬ଟା ୨୦ ମିନିଟ୍‌ରେ ଢେଙ୍କାନାଳ ଅଭିମୁଖେ ବାହାରିଥିଲେ। ହେଲେ ବାଟରେ କେଉଁଠି ବି ଝିଅକୁ ଦେଖି ନଥିଲେ। ତା’ପରେ ସେ କୋଚିଂ ସେଣ୍ଟର ମାଲିକଙ୍କୁ ଫୋନ୍ କରିଥିଲେ। କୋଚିଂ ସେଣ୍ଟର ମାଲିକ, ଜସ୍ମିନଙ୍କ ବାପା ଓ ଅନ୍ୟ ଦୁଇ ଜଣ ବ୍ୟକ୍ତି ବିଭିନ୍ନ ସ୍ଥାନରେ ତାଙ୍କୁ ଖୋଜିଥିଲେ। ରାତି ୧୦ ସୁଦ୍ଧା ସେମାନେ ଜସ୍ମିନଙ୍କୁ ନପାଇବା ପରେ ଟାଉନ ଥାନାରେ ଅଭିଯୋଗ କରିଥିଲେ। ଆଜି ଅପରାହ୍ନ ପ୍ରାୟ ଗୋଟାଏ ବେଳେ ଘର ଠାରୁ ଅଳ୍ପ ଦୂରରେ ଜଙ୍ଗଲରେ ଜସ୍ମିନଙ୍କ ମୃତଦେହ ମିଳିଥିଲା। ଜସ୍ମିନଙ୍କ ମୃତଦେହ ମୁହଁମାଡ଼ି ତଳେ ପଡ଼ିଥିବା ବେଳେ ପାଖରେ ଏକ ପଥର ପଡ଼ିଛି। ପଥରରେ ରକ୍ତ ଛିଟା ଲାଗିଛି। ସେହିପରି ମୃତଦେହଠାରୁ ଅଳ୍ପ ଦୂରରେ ତାଙ୍କ ଜୋତା ଓ ଓଢ଼ଣୀ ପଡ଼ିଛି। ପାରିପାର୍ଶ୍ୱିକ ସ୍ଥିତିକୁ ଦେଖିଲେ ଜସ୍ମିନଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ତେବେ ପୁଲିସ୍ ଏନେଇ କିଛି କହି ନାହିଁ। ସାଇଣ୍ଟିଫିକ୍ ଟିମ୍ ଆସି ଘଟଣାସ୍ଥଳ ଯାଞ୍ଚ କରିବା ପରେ ଓ ପ୍ରାଥମିକ ତଦନ୍ତ ପରେ ଯାହା କିଛି କହି ହେବ ବୋଲି ଢେଙ୍କାନାଳ ଅତିରିକ୍ତ ଏସ୍‌ପି ଭବାନୀ ଶଙ୍କର ଉଦଗାତା କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!