Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକତରଫା ପ୍ରେମରୁ ମାଲିକାଣୀକୁ ହତ୍ୟା

by ସଞ୍ଜୟ ସ୍ୱାଇଁ
March 6, 2024
in Crime, State
ଏକତରଫା ପ୍ରେମରୁ ମାଲିକାଣୀକୁ ହତ୍ୟା
211
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ ଥାନା ଅଞ୍ଚଳରେ ମାଲିକାଣୀକୁ ହତ୍ୟା କରିବା ଘଟଣାରେ ଅଭିଯୁକ୍ତକୁ ଗିରଫ କଲା କ୍ୟାପିଟାଲ ଥାନା ପୋଲିସ । ଗିରଫ ପରେ ଅଭିଯୁକ୍ତକୁ ନେଇ କ୍ରାଇମ୍ ସିନ୍ ରିକ୍ରିଏସନ କରୁଛି କ୍ୟାପିଟାଲ ଥାନା ପୋଲିସ । ଗତ ବୁଧବାର ସନ୍ଧ୍ୟାରେ ମାଲିକାଣୀକୁ ଘର ଆଗରେ ହତ୍ୟା କରିଥିଲା ଅଭିଯୁକ୍ତ । ଏକତରଫା ପ୍ରେମ କରି ବିବାହ ପାଇଁ ମାଲିକାଣୀ ମନା କରିବାରୁ ହତ୍ୟା କରିଥିଲା ଅଭିଯୁକ୍ତ । ସୂଚନାଯୋଗ୍ୟ ଯେ, ଏକତରଫା ପ୍ରେମରୁ ମହିଳାଙ୍କୁ ଛୁରୀ ଭୁସି ହତ୍ୟା । ଭୁବନେଶ୍ବର କ୍ୟାପିଟାଲ ଥାନା ବାପୁଜୀନଗର ଠାରେ ଘଟିଥିଲା ଏଭଳି ଘଟଣା । ମୃତକ ଜଣଙ୍କ ହେଲେ ଗୀତାଞ୍ଜଳି ରଞ୍ଜିତ ଓରଫ ଦୀପିକା । ତାଙ୍କ ଘର ବାଲେଶ୍ଵର ଜଳେଶ୍ବରରେ ବୋଲି ଜଣାପଡିଛି । ଶିଶୁଭବନ ଛକ ନିକଟରେ ସେ ଭଡାରେ ରହୁଥିଲେ । ମୃତକଙ୍କ ସ୍ୱାମୀ କୁଞ୍ଜବିହାରି ଦତ୍ତ ଏନେଇ ଥାନାରେ ଅଭିଯୋଗ କରିଥିଲେ । କୁଞ୍ଜବିହାରି ଙ୍କର ବାପୁଜୀନଗରରେ ଏକ ମୋବାଇଲ ମରାମତି ଦୋକାନ ରହିଛି । ଗତ ବୁଧବାର ସନ୍ଧ୍ୟା ୭ଟାରେ ସ୍ୱାମୀଙ୍କ ଦୋକାନକୁ ଯାଇଥିଲେ । ଫେରିବା ବେଳେ ଜଣେ ଦୁର୍ବୃତ୍ତ ତାଙ୍କୁ ପିଛା କରି ଅଟକାଇଥିଲେ । କୌଣସି କଥାକୁ କେନ୍ଦ୍ରକରି ଦୁହିଁଙ୍କ ଭିତରେ ଯୁକ୍ତିତର୍କ ହୋଇଥିଲା । ଏହାପରେ ଅତର୍କିତ ଭାବେ ଯୁବକ ଜଣଙ୍କ ଛୁରାମାଡ଼ କରିଥିବା ଜଣାପଡ଼ିଛି । ତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ବଡ଼ ମେଡ଼ିକାଲକୁ ମହିଳା ଜଣଙ୍କୁ ନିଆଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା । ଏକତରଫା ପ୍ରେମ ପାଇଁ ଏଭଳି ଚରମ ନିଷ୍ପତ୍ତି ନିଆଯାଇଥିବା ପୋଲିସ ଜାଣିବାକୁ ପାଇଥିଲା । ସିସିଟିଭି ଆଧାରରେ ପୋଲିସ ଅଭିଯୁକ୍ତକୁ ଧରିବା ପାଇଁ ଚେଷ୍ଟା ଚଳାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!